ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା
ଭୁବନେଶ୍ୱର,୨୬।୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଶୁକ୍ରବାରଠାରୁ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଏହି ମେଳାକୁ ଉଦ୍ଘାଟନ କରିଛନ୍ତି । ଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ […] The post ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା appeared first on Dharitri Odia News.
ଭୁବନେଶ୍ୱର,୨୬।୧: ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଆଦିବାସୀ ମେଳା ୨୦୨୪ ଶୁକ୍ରବାରଠାରୁ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଏହି ମେଳାକୁ ଉଦ୍ଘାଟନ କରିଛନ୍ତି ।
ଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ କରାଯିବ । ଏହି ମେଳା ଫେବୃୟାରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରତ୍ୟହ ଅପରାହ୍ଣ ଅଢ଼େଇଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ ।
ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା କହିଛନ୍ତି ଚାହିଦା ଅନୁଯାୟୀ ନିକଟ ଭବିଷ୍ୟତରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳାସାମଗ୍ରୀ, ଲଘୁ ବନଜାତ ଆଦି ଦ୍ରବ୍ୟର ବିକ୍ରି ପାଇଁ ରାଜଧାନୀ ଭୁବନେଶ୍ୱରରେ ଏକ ସ୍ଥାୟୀ ସୁବିଧା ପ୍ରଦାନ କରିବାକୁ ବ୍ୟବସ୍ଥା କରାଯିବ।
The post ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା appeared first on Dharitri Odia News.