ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୧୫।୬: କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ସେମାନେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ ବୋଲି ଜଣାପଡିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର ଗାଡି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି। ଏଥିସହିତ ବିମାନବନ୍ଦରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ […] The post ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର appeared first on Dharitri Odia News.

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର,୧୫।୬: କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ସେମାନେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ ବୋଲି ଜଣାପଡିଛି। ମୃତଦେହ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସ୍ବତନ୍ତ୍ର ଗାଡି ଯୋଗେ ମୃତଦେହକୁ ସେମାନଙ୍କ ଜନ୍ମମାଟିକୁ ପଠାଯାଇଛି। ଏଥିସହିତ ବିମାନବନ୍ଦରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡାଙ୍କ ସମେତ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶିନୀ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସମେତ ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

The post ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର appeared first on Dharitri Odia News.