ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ ଯିବେ। ସାଢ଼େ ୫ଟାରେ ଆମ୍ବପୁଆଠାରେ ସାଧାରଣ ସଭାରେ ସେ ଯୋଗଦେବେ। ସନ୍ଧ୍ୟା ୬ଟା ୪୫ ମିନିଟରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର […] The post ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା appeared first on Dharitri Odia News.

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି ନିର୍ବାଚନୀ ସଭାରେ ଯୋଗଦେବେ। ଆଜି ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିମାନବନ୍ଦରରୁ ସିଧାସଳଖ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ ଯିବେ। ସାଢ଼େ ୫ଟାରେ ଆମ୍ବପୁଆଠାରେ ସାଧାରଣ ସଭାରେ ସେ ଯୋଗଦେବେ। ସନ୍ଧ୍ୟା ୬ଟା ୪୫ ମିନିଟରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବେ। ଏହି ବୈଠକରେ ବ୍ରହ୍ମପୁର, ଆସ୍କା, ନବରଙ୍ଗପୁର ଓ କୋରାପୁଟର କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ। ନଡ୍ଡା ବ୍ରହ୍ମପୁରରେ ରାତ୍ରିଯାପନ କରି ସୋମବାର ସକାଳେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି।

The post ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା appeared first on Dharitri Odia News.