ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ। ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ […] The post ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।

The post ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ appeared first on Dharitri Odia News.