ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ରଥଯାତ୍ରାରେ ହେବେ ସାମିଲ

ଭୁବନେଶ୍ବର : ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା , ପୁଲିସ ନିର୍ଦେଶକ ଅରୁଣ ଷଡଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ପୁଲିସ କମିଶନର ସଞ୍ଜୀବ ପଣ୍ଡା । ବିଜୁ […]

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କାଲି ରଥଯାତ୍ରାରେ ହେବେ ସାମିଲ
President Droupadi Murmu arrived in Bhubaneswar

ଭୁବନେଶ୍ବର : ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଛନ୍ତି ମହାମହିମ। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା , ପୁଲିସ ନିର୍ଦେଶକ ଅରୁଣ ଷଡଙ୍ଗୀ, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏବଂ ପୁଲିସ କମିଶନର ସଞ୍ଜୀବ ପଣ୍ଡା ।

ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିଧାସଳଖ ଜୟଦେବ ଭବନ ଯାଇଛନ୍ତି। ସେଠାରେ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ  ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ମହାମହିମ। ଏହାପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ରଥଯାତ୍ରାରେ ସେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ। ରାଷ୍ଟ୍ରପତି ପୁରୀରେ ଦେବୀ ସୁଭଦ୍ରାଙ୍କ ରଥ ଟାଣିବାର ମଧ୍ଯ କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ୮ ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ । ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।