ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି
ଭୁବନେଶ୍ୱର,୧୭ା୧: ମହାମହିମ ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଥର୍ମନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଛନ୍ତି। ୨୮ ଏବଂ ୨୯ରେ ରାଜ୍ୟରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମଳନୀ ପୂର୍ବରୁ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରାଜ୍ୟ ଗସ୍ତକୁ ଗୁରତ୍ୱପୂର୍ଣ୍ଣ ଭାବେ ବିବେଚନା କରାଯାଉଛି। ତାଙ୍କ ସହ କେତେକ ଉଚ୍ଚ ପଦସ୍ଥ ଅଧିକାରୀ ମଧ୍ୟ ଓଡ଼ିଶା […] The post ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି appeared first on Dharitri Odia News.
ଭୁବନେଶ୍ୱର,୧୭ା୧: ମହାମହିମ ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମଙ୍କ ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆଜି ଥର୍ମନ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଛନ୍ତି। ୨୮ ଏବଂ ୨୯ରେ ରାଜ୍ୟରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା ସମ୍ମଳନୀ ପୂର୍ବରୁ ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରାଜ୍ୟ ଗସ୍ତକୁ ଗୁରତ୍ୱପୂର୍ଣ୍ଣ ଭାବେ ବିବେଚନା କରାଯାଉଛି। ତାଙ୍କ ସହ କେତେକ ଉଚ୍ଚ ପଦସ୍ଥ ଅଧିକାରୀ ମଧ୍ୟ ଓଡ଼ିଶା ଆସିଛନ୍ତି।
ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ସିଙ୍ଗାପୁର ରାଷ୍ଟ୍ରପତିଙ୍କ ସହ ୨ ଦିନ ଆଲୋଚନା ହେବ। ସିଙ୍ଗାପୁର ସହ ଏମ୍ଓୟୁ ସ୍ବାକ୍ଷର କାର୍ଯ୍ୟକ୍ରମ ରହିଛି। ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଗ୍ରୀନ ଏନର୍ଜିରେ ସହଯୋଗ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଆଗକୁ ଯିବ, ସିଙ୍ଗାପୁର ସହ ସମ୍ପର୍କ ବଢ଼ିବ ବୋଲି ମଧ୍ୟ କହିଛନ୍ତି।
The post ଭୁବନେଶ୍ୱରରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି appeared first on Dharitri Odia News.