ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ
ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍ବୋଧନ ଦେବାକୁ ଥିବା ବେଳେ ପିପିଲିରେ ରୋଡ୍ ଶୋ’ କରିବେ। ଏହା ପରେ ଅପରାହ୍ନରେ କଟକର କିଶନନଗରରେ ମଧ୍ୟ ରୋଡ୍ ଶୋ’ କରିବେ। ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ […] The post ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ appeared first on Dharitri Odia News.
ଭୁବନେଶ୍ୱର,୧୭ା୫: ଅଭିନେତ୍ରୀ ତଥା ଭାଜପା ଏମ୍ପି ହେମାମାଳିନୀ ଶୁକ୍ରବାର ପୂର୍ବାହ୍ନରେ ଆସି ଓଡ଼ିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ଭାଜପା କର୍ମୀମାନେ ପହଞ୍ଚି ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଆଜି ହେମା ସାଲିଆସାହିରେ ବିଜୟ ସଂକଳ୍ପ ସମାବେଶରେ ଉଦ୍ବୋଧନ ଦେବାକୁ ଥିବା ବେଳେ ପିପିଲିରେ ରୋଡ୍ ଶୋ’ କରିବେ। ଏହା ପରେ ଅପରାହ୍ନରେ କଟକର କିଶନନଗରରେ ମଧ୍ୟ ରୋଡ୍ ଶୋ’ କରିବେ।
ପାଲଲହଡା, ଦେବଗଡ ଆଦି ସ୍ଥାନରେ ଅନୁଷ୍ଠିତ ହେବାକୁ ଥିବା ଜନସଭାରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ ସଂସଦୀୟ କ୍ଷେତ୍ରର ଭଟଲି, ପଦ୍ମପୁର ବିଜେପୁର, ଅତାବିରା ଜନସଭାକୁ ସମ୍ବୋଧନ କରିବେ। ଅପରାହ୍ନରେ ବରଗଡଠାରେ ଅନୁଷ୍ଠିତ ରୋଡ ଶୋ’ରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ସେହିପରି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ନରସିଂହପୁରସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିବା ପରେ ଯୁବ ସମାବେଶରେ ଯୋଗଦେଇ ଯୁବ ଭୋଟରଙ୍କ ଆସ୍ଥାଭାଜନ ହେବାକୁ ପ୍ରୟାସ କରିବେ। ସେହିପରି ବୈଷ୍ଣବ ଆଠଗଡ ଓ କଟକ ଜନସଭାରେ ଯୋଗଦେବେ। ଶନିବାର କେନ୍ଦ୍ରମନ୍ତ୍ରୀ ବୈଷ୍ଣବ ସୁନ୍ଦରଗଡ ସଂସଦୀୟ କ୍ଷେତ୍ରର ବଣାଇ ଏବଂ ରାଜଗାଙ୍ଗପୁରଠାରେ ଅନୁଷ୍ଠିତ ଜନସଭାକୁ ସମ୍ବୋଧିତ କରିବେ। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଶୁକ୍ରବାର କବିସୂର୍ଯ୍ୟନଗର, କଣ୍ଟାବାଞ୍ଜି, ଲୋଇସିଂଘା ଓ ସତ୍ୟବାଦୀ ନିର୍ବାଚନମଣ୍ଡଳୀରେ ପ୍ରଚାର କରିବେ। ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ବୀରମିତ୍ରପୁର, ରାଜଗାଙ୍ଗପୁର ନିର୍ବାଚନମଣ୍ଡଳୀର ଜାମପାଲି, ସୁନ୍ଦରଗଡ ନିର୍ବାଚନମଣ୍ଡଳୀର ବିଲେଇମୁଣ୍ଡାଠାରେ ପ୍ରଚାର କରିବେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ୍ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀର ରାମଚନ୍ଦ୍ରପୁର, ଦଶପଲ୍ଲା, ଜି.ଉଦୟଗିରିଠାରେ ଜନସଭାକୁ ସମ୍ବୋଧନ କରିବେ ବୋଲି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।
The post ଭୁବନେଶ୍ୱରରେ ପହଞ୍ଚିଲେ ହେମାମାଳିନୀ appeared first on Dharitri Odia News.