ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା ପଡ଼ିଆରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଉ କିଛି ସମୟ ପରେ କାର୍ଯ୍ୟକ୍ରମ ଆରମ୍ଭ ହେବ। ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଭବ୍ୟ […] The post ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା appeared first on Dharitri Odia News.

ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର,୧୧।୪: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ କଟକ ବାଲିଯାତ୍ରା ପଡ଼ିଆରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଆଉ କିଛି ସମୟ ପରେ କାର୍ଯ୍ୟକ୍ରମ ଆରମ୍ଭ ହେବ।

ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଭବ୍ୟ ସ୍ବାଗତ କରିଥିଲେ । ବିମାନ ବନ୍ଦରରୁ ସେ ଅତିଥି ଭବନ ଯାଇଛନ୍ତି । ସେଠାରୁ ସେ କଟକ ଯିବାର କାର୍ଯ୍ୟକ୍ରମ ରହିଛି।

ଶନିବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ନଡ୍ଡା ପୁରୀରେ ଦଳୀୟ କର୍ମଶାଳାରେ ଯୋଗଦେବେ। ସେଠାରେ ସେ ଦଳୀୟ ଏମ୍‌ପି, ବିଧାୟକ ଏବଂ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ।

କଟକରେ ଆୟୋଜିତ ଆୟୁଷ୍ମାନ ଭାରତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବେଷ୍ଣବ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ବହୁ ମନ୍ତ୍ରୀ, ବିଧାୟକ ସାମିଲ ହେବେ ।

The post ଭୁବନେଶ୍ୱରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା appeared first on Dharitri Odia News.