ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ ସମାରୋହ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ର କ୍ୟାବିନେଟର ଅନ୍ୟ ସଦସ୍ୟ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀରେ ଏହି ସୂଚନା ଦେଇଛନ୍ତି ।I had the honor of participating in the launch of the website for the 18th Pravasi Bharatiya Divas in Delhi, alongside Hon'ble External Affairs Minister @DrSJaishankar Ji at CB Muthamma Hall, Jawaharlal Nehru Bhawan.The Pravasi Bharatiya Divas will be celebrated in Bhubaneswar… pic.twitter.com/MBNyRfSWxb— Mohan Charan Majhi (@MohanMOdisha) November 12, 2024ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍,ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ  ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର

ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ଦିବସ ସମାରୋହ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ଭୁବନେଶ୍ୱରର ଜନତା ମୈଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ର କ୍ୟାବିନେଟର ଅନ୍ୟ ସଦସ୍ୟ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆଦିଲ୍ଲୀରେ ଏହି ସୂଚନା ଦେଇଛନ୍ତି ।

ଏହା ପୂର୍ବରୁ ପ୍ରବାସୀ ଭାରତୀୟ ଦିବସ ପାଇଁ ମଙ୍ଗଳବାର ନୂଆଦିଲ୍ଲୀରେ ୱେବ୍‌ସାଇଟ୍‌ ଉନ୍ମୋଚିତ ହୋଇଯାଇଛି । ବୈଦେଶିକ ବ୍ୟାପର ମନ୍ତ୍ରୀ ଏସ୍,ଜୟଶଙ୍କର ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉନ୍ମୋଚନ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବରରେ ସମାରୋହ ଆୟୋଜନ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ  ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଏହି କାର୍ଯ୍ୟକ୍ରମ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଅନୁଷ୍ଠିତ ହେବ । ସମାରୋହରେ ୭୦୦୦ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇପାରନ୍ତି ।


ସମ୍ମିଳନୀର ପ୍ରଥମ ଦିବସରେ ‘ଯୁବ ପ୍ରବାସୀ ଭାରତୀୟ ଦିବସ’, ଦ୍ୱିତୀୟ ଦିନରେ ୧୮ତମ ପ୍ରବାସୀ ଭାରତୀୟ ଦିବସର ମୁଖ୍ୟ ସମାରୋହ ଓ ତୃତୀୟ ଦିବସରେ ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିବସରେ ପ୍ରଧାନମନ୍ତ୍ରୀ ଯୋଗଦେଇ ପ୍ରବାସୀ ଭାରତୀୟ ତୀର୍ଥ ଏକ୍ସପ୍ରେସ୍‌ର ଡିଜିଟାଲ ଫ୍ଲାଗଅପ୍‌ କରିବା କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି ।