ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ
ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା। କୋରାପୁଟ ଜିଲା ତଥା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଦେଓମାଳି ପର୍ବତ ଶିଖରରୁ ଏହି ପ୍ରୟାସ ଆରମ୍ଭ ହୋଇଛି। ସୂଚନାନୁଯାୟୀ, ନିର୍ବାଚନ ତାରିଖ ଘୋଷଣା ହେବା ପରଠାରୁ ସରକାରୀ […] The post ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ appeared first on Dharitri Odia News.
ପଟାଙ୍ଗି,୧୪ା୪(ଶରତ ଧଳ): ଲୋକ ସଭା ଏବଂ ବିଧାନସଭା ନିର୍ବାଚନକୁ କିଛି ଦିନ ବାକି ରହିଥିବା ବେଳେ ଭୋଟରଙ୍କୁ ଏକ ଅଭିନବ ଉପାୟରେ ଜିଲା ପ୍ରଶାସନ ପକ୍ଷରୁ ସଚେତନତାର ବାର୍ତ୍ତା ମାଧ୍ୟମରେ ଆହ୍ବାନ ଦିଆଯାଇଛି। ଯାହା ସମସ୍ତ ଭୋଟରଙ୍କ ପାଇଁ ଏକ ପ୍ରେରଣା। କୋରାପୁଟ ଜିଲା ତଥା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତ ଅନ୍ତର୍ଗତ ପର୍ଯ୍ୟଟନସ୍ଥଳୀ ଦେଓମାଳି ପର୍ବତ ଶିଖରରୁ ଏହି ପ୍ରୟାସ ଆରମ୍ଭ ହୋଇଛି।
ସୂଚନାନୁଯାୟୀ, ନିର୍ବାଚନ ତାରିଖ ଘୋଷଣା ହେବା ପରଠାରୁ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ଜିଲାର ସମସ୍ତ ବ୍ଲକ ପ୍ରଶାସନ ନିଜ ନିଜ ଅଞ୍ଚଳରେ ଭୋଟରଙ୍କୁ ମତଦାନର ମହାନତା ଓ ମୂଳ ସମ୍ପର୍କରେ ସଚେତନତା କରାଇ କାର୍ଯ୍ୟକ୍ରମ ଜାରି ରଖିଥିଲେ। ଭୋଟରଙ୍କୁ ସଚେତନତା କରାଇବାର ଅନ୍ତିମ ତଥା ଶେଷ ଦିନରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏକ ଅଭିନବ ପ୍ରୟାସ ମାଧ୍ୟମରେ ଦେଓମାଳି ପର୍ବତ ଉପରେ ଜିଲାର ସମସ୍ତ ସରକାରୀ କର୍ମଚାରୀ, ଅଧିକାରୀ ସ୍ଥାନୀୟ କଲେଜ ଛାତ୍ରୀଛାତ୍ର ଓ ଥୁରିଆ ବିଦ୍ୟାଳୟର ଶିକ୍ଷୟିତ୍ରୀ/ଶିକ୍ଷକ ଏକତ୍ରିତ ହୋଇ ଆସୁଥିବା ନିର୍ବାଚନରେ କିପରି ନିଜ ନିଜର ମତଦାନ ସାବ୍ୟସ୍ତ କରି ଦେଶର ସମ୍ମାନ ବଜାୟ ରଖିବା ନେଇ ସଚେତନତା ବାର୍ତ୍ତା ଲେଖି ଭୋଟରଙ୍କୁ ସଚେତନତାର ଆହ୍ବାନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉପଜିଲାପାଳ ବେଣୁଧର ଶବର, ପଟ୍ଟାଙ୍ଗି ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆଙ୍କ ସମେତ ବ୍ଲକର କାର୍ଯ୍ୟାଳୟର ଏପିଓ ସୌମେନ୍ଦ୍ର ନାୟକ ଏବଂ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
The post ଭୋଟରଙ୍କୁ ଅଭିନବ ଉପାୟରେ ଆହ୍ବାନ ଦେଲେ ଜିଲାପାଳ appeared first on Dharitri Odia News.