ଭୋଟ୍‌ ଦେବାକୁ ଆସିଥିଲେ ବୃଦ୍ଧ, ବୁଥ୍‌ରେ ପଡ଼ି ଚାଲିଗଲା ଜୀବନ

ଆଜି ସକାଳେ ବୃଦ୍ଧ ଜଣଙ୍କ ଭୋଟ ଦେବାକୁ ଈଶ୍ୱରପୁର ୧୫୯ ନଂ ବୁଥକୁ ଆସିଥିଲେ। ଏହି ସମୟରେ ସେ ବୁଥରେ ଅଚେତ୍ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଭୋଟ୍‌ ଦେବାକୁ ଆସିଥିଲେ ବୃଦ୍ଧ, ବୁଥ୍‌ରେ ପଡ଼ି ଚାଲିଗଲା ଜୀବନ

ଭୋଟ୍ ଦେବାକୁ ଆସିଥିବା ବେଳେ ଜଣେ ବୃଦ୍ଧଙ୍କର ମୃତ୍ୟୁ । ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ନୀଳଗିରିର ଈଶ୍ୱରପୁର ୧୫୯ ନଂ ବୁଥରେ । ମୃତ୍ୟୁବରଣ କରିଥିବା ବୃଦ୍ଧଙ୍କ ବୟସ ୭୭ ବର୍ଷ ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁସାରେ ଆଜି ସକାଳେ ବୃଦ୍ଧ ଜଣଙ୍କ ଭୋଟ ଦେବାକୁ ଈଶ୍ୱରପୁର ୧୫୯ ନଂ ବୁଥକୁ ଆସିଥିଲେ। ଏହି ସମୟରେ ସେ ବୁଥରେ ଅଚେତ୍ ହୋଇ ପଡ଼ିଯାଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଆଜି ରାଜ୍ୟରେ ଜାରି ରହିଛି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ । ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ଭୋଟ୍‌ ଗ୍ରହଣ । ପ୍ରଥମେ ମକ୍‌ ପୋଲ ପରେ ଆରମ୍ଭ ହୋଇଛି ମତଦାନ । ଭୋଟ୍‌ ଦେବା ପାଇଁ ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଦେଖିବାକୁ ମିଳିଛି । ତେବେ ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି ।

ନିର୍ବାଚନ କମିଶନଙ୍କ ତଥ୍ୟ ଅନୁସାରେ ସକାଳ ୯ଟା ସୁଦ୍ଧା ଜଗତସିଂହପୁରରେ ସର୍ବାଧିକ ଭୋଟିଂ ହୋଇଛି । ସେଠାରେ ମତଦାନ ହାର ୮.୫୪ ପ୍ରତିଶତ ରହିଛି । ସେହିପରି ବାଲେଶ୍ୱରରେ ୭.୪୬ %, ଭଦ୍ରକରେ ୭.୭୯ %, ଯାଜପୁରରେ ୭.୭୪ %, କେନ୍ଦ୍ରାପଡ଼ାରେ ୭.୨୭% ଓ ମୟୂରଭଞ୍ଜରେ ୭.୩୩% ପ୍ରତିଶତ ଭୋଟିଂ ହୋଇଛି ।

ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ୬ ଲୋକସଭା ଆସନ ପାଇଁ ୬୬ ଜଣ ପ୍ରାର୍ଥୀ ଥିବା ବେଳେ ୪୨ ବିଧାନସଭା ଆସନରେ ଲଢୁଛନ୍ତି ୩୯୪ ଜଣ ପ୍ରାର୍ଥୀ।

ଏହି ପର୍ଯ୍ୟାୟରେ ମୋଟ୍ ୧୦ ହଜାର ୮୮୨ ବୁଥ୍ କରାଯାଇଛି। ଏଥିରୁ କେବଳ ୧୪୦୦ ବୁଥ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି। ସେହିପରି ୨୧ ପ୍ରତିଶତ ବୁଥକୁ ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ କରାଯାଇଛି। ଏସବୁ ବୁଥ ଗୁଡିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।