ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ଭୋଟିଂ । ଏହି ଅବସରରେ ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏହି ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ ଅଧିକାର ସାବସ୍ତ୍ୟ କରିବାକୁ ସେ ଅପିଲ କରିଛନ୍ତି। ଖାସ କରି ଯୁବ ଭୋଟର ମାନେ ଭୋଟ ଦେବାକୁ ଆଗେଇ ଆସିବାକୁ ସେ ଆହ୍ୱାନ ଦେଇଛନ୍ତି।