ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼
ଶ୍ରୀନଗର,୨୩।୪: ପହଲଗାମ୍ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଏୟାର ଇଣ୍ଡିଆ ବୁଧବାର ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଉଡ଼ାଣ ଘୋଷଣା କରିଛି। ଏୟାର ଇଣ୍ଡିଆ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛି ଯେ, ଏୟାରଲାଇନ୍ସ ଏପ୍ରିଲ ୨୩ […] The post ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼ appeared first on Dharitri Odia News.
ଶ୍ରୀନଗର,୨୩।୪: ପହଲଗାମ୍ ଆକ୍ରମଣ ପରେ ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ। ଶ୍ରୀନଗର ବିମାନ ବନ୍ଦରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଏୟାର ଇଣ୍ଡିଆ ପକ୍ଷରୁ ସ୍ବତନ୍ତ୍ର ବିମାନ ବ୍ୟବସ୍ଥା କରାଯାଇଛି। ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ହେବା ପରେ ଏୟାର ଇଣ୍ଡିଆ ବୁଧବାର ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଉଡ଼ାଣ ଘୋଷଣା କରିଛି। ଏୟାର ଇଣ୍ଡିଆ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛି ଯେ, ଏୟାରଲାଇନ୍ସ ଏପ୍ରିଲ ୨୩ ଅର୍ଥାତ୍ ଆଜିଠାରୁ ଶ୍ରୀନଗରରୁ ଦିଲ୍ଲୀ ଏବଂ ମୁମ୍ବାଇକୁ ଦୁଇଟି ଅତିରିକ୍ତ ବିମାନ ଚଳାଚଳ କରିବ।
ଏୟାର ଇଣ୍ଡିଆ କହିଛି ଯେ, ବୁଧବାର ଦିନ ଶ୍ରୀନଗରରୁ ଦିଲ୍ଲୀକୁ ସକାଳ ୧୧:୩୦ ଏବଂ ମୁମ୍ବାଇକୁ ମଧ୍ୟାହ୍ନ ୧୨:୦୦ ରେ ବିମାନ ଚଳାଚଳ କରିବ। ଆମର ଅନ୍ୟ ସମସ୍ତ ବିମାନ କାର୍ଯ୍ୟସୂଚୀ ଅନୁଯାୟୀ ଶ୍ରୀନଗରରୁ ଛାଡ଼ିବ। ଏୟାର ଇଣ୍ଡିଆ ଏହି ରୁଟରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ମାଗଣା ପୁନଃବୁକିଂ ଏବଂ ପୂର୍ଣ୍ଣ ଫେରସ୍ତ ମଧ୍ୟ ପ୍ରଦାନ କରିବ।
ସୂଚନାଯୋଗ୍ୟ, କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।
The post ଭୟରେ କଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ: ବିମାନ ବନ୍ଦରରେ ପ୍ରବଳ ଭିଡ଼ appeared first on Dharitri Odia News.