ମଙ୍ଗଳବାର ଛତିଶା ନିଯୋଗ ବୈଠକ, କାର୍ତ୍ତିକ ମାସ ନୀତି ନିର୍ଘଣ୍ଟକୁ ମିଳିପାରେ ଅନୁମୋଦନ
ପୁରୀ ୦୮।୧୦ : ମଙ୍ଗଳବାର ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ। କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯିବ। ଏଥିସହ ମହାପ୍ରଭୁଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ଏବଂ ସେହି ସମୟରେ ମହାପ୍ରଭୁଙ୍କ ଠାରେ ସ୍ବତନ୍ତ୍ର ବାଳଭୋଗ ନୀତି କିଭଳି ସମୟାନୁସାରେ କରାଯିବ ସେନେଇ ବିସ୍ତୃତ ଆଲୋଚନା ହେବ। ଅନ୍ୟପଟେ ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ପରେ ପ୍ରବଳ ଭକ୍ତଙ୍କ ସମାଗମ ହେଉଥିବାରୁ ଦର୍ଶନ ବ୍ୟବସ୍ଥାରେ କିଭଳି ଶୃଙ୍ଖଳା ଆସିବ ସେନେଇ ମଧ୍ୟ ଆଲୋଚନା ହେବ। ସେହିପରି ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇପାରେ। ବୈଠକରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ନୀତି ଓ ଉନ୍ନୟନ ପ୍ରଶାସକଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଏବଂ ଛତିଶା ନିଯୋଗର ସମସ୍ତ ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ।
ପୁରୀ ୦୮।୧୦ : ମଙ୍ଗଳବାର ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ।
କାର୍ତ୍ତିକ ମାସର ନୀତି ନିର୍ଘଣ୍ଟକୁ ଆଜି ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯିବ। ଏଥିସହ ମହାପ୍ରଭୁଙ୍କ ନୀତିକାନ୍ତି କିଭଳି ଶୃଙ୍ଖଳିତ ହୋଇପାରିବ ଏବଂ ସେହି ସମୟରେ ମହାପ୍ରଭୁଙ୍କ ଠାରେ ସ୍ବତନ୍ତ୍ର ବାଳଭୋଗ ନୀତି କିଭଳି ସମୟାନୁସାରେ କରାଯିବ ସେନେଇ ବିସ୍ତୃତ ଆଲୋଚନା ହେବ।
ଅନ୍ୟପଟେ ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ପରେ ପ୍ରବଳ ଭକ୍ତଙ୍କ ସମାଗମ ହେଉଥିବାରୁ ଦର୍ଶନ ବ୍ୟବସ୍ଥାରେ କିଭଳି ଶୃଙ୍ଖଳା ଆସିବ ସେନେଇ ମଧ୍ୟ ଆଲୋଚନା ହେବ। ସେହିପରି ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ଆଲୋଚନା ହୋଇପାରେ। ବୈଠକରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ବିନୀତ ଅଗ୍ରୱାଲ, ନୀତି ଓ ଉନ୍ନୟନ ପ୍ରଶାସକଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଏବଂ ଛତିଶା ନିଯୋଗର ସମସ୍ତ ସେବାୟତ ପ୍ରତିନିଧି ଉପସ୍ଥିତ ରହିବେ।