ମଙ୍ଗଳବାର ରାଶିଫଳ ( ୦୯-୦୪-୨୦୨୪ )
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ। ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମ୍ଜୋର ଭାବନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ। ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା […]

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମ୍ଜୋର ଭାବନ୍ତୁ ନାହିଁ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖଶାନ୍ତି ମିଳିବ।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ଲୋଡିବେ। ଦିନର ଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି।
ସିଂହ: ଭାବିଚିନ୍ତା କାମ କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଅଭିଭାବକ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ।
କନ୍ୟା: ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ।
ତୁଳା: ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥୀଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥୀଙ୍କ ସହ ଭ୍ରମଣ ଯୋଗ ରହିଛି।
ଧନୁ: ବନ୍ଧୁମିଳନ ହେବ। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧାର୍ମିକ କାମରେ ବ୍ୟସ୍ତ ରହିବେ।
ମକର: ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସେବା କରନ୍ତୁ।
କୁମ୍ଭ: ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତା କରିବେ। ପିଲାମାନଙ୍କ କାର୍ଯ୍ୟକଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖିବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।