ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯।୮: ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲାରେ ୭ରୁ ୧୧ ସେମି […] The post ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ appeared first on Dharitri Odia News.

ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯।୮: ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨ ଦିନ ପରେ କେତେକ ଅଞ୍ଚଳରେ ବର୍ଷାର ପରିମାଣ କମିପାରେ। ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୭ ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଉକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ଉତ୍ତର ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସୂଚନା ଥାଉକି, ସୋମବାର ରାୟଗଡ଼ାରେ ସର୍ବାଧିକ ୪୨.୦୦ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ ତାଳଚେରରେ ୧୩ ମି.ମି. ଓ ମାଲକାନଗିରିରେ ୧୧.୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ଏହାବ୍ୟତୀତ ଅନ୍ୟାନ୍ୟ ଜିଲାରେ କାଁ ଭାଁ ବର୍ଷା ହୋଇଛି।

The post ମଙ୍ଗଳବାର ୭ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ଓ୍ବାର୍ନିଂ appeared first on Dharitri Odia News.