ମଝି ରାତିରେ ମାଡିଆସିଲା କୁହୁଡି, ଟ୍ୱିନ୍ ସିଟିରେ ଦିଶୁନି ମୁହଁକୁ ମୁହଁ

ଭୁବନେଶ୍ୱର,୨୪/୦୧: ଟ୍ୱିନ୍ ସିଟିରେ ଦିଶୁନି ମୁହଁକୁ ମୁହଁ । ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଶୁକ୍ରବାର ଭୋରରୁ ଟ୍ୱିନ ସିଟି ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ସେହିପରି ପୁରୀରେ ମଧ୍ୟ ଘନ କହୁଡ଼ି ଦୃଶ୍ୟମାନ ହୋଇଛି। କହୁଡ଼ି ଯୋଗୁ ଗାଡ଼ିଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି।  ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା। also read...ଆହୁରି କମିବ ଶୀତ, ୩ ଦିନ ବଢିବ ରାତି ତାପମାତ୍ରା, ବିଭିନ୍ନ ସ୍ଥାନରେ ତତାଇବ ପାରଦସକାଳ ଓ ରାତି ସମୟରେ ଘରୁ ବାହାରିବା କଷ

ମଝି ରାତିରେ ମାଡିଆସିଲା କୁହୁଡି, ଟ୍ୱିନ୍ ସିଟିରେ ଦିଶୁନି ମୁହଁକୁ ମୁହଁ

ଭୁବନେଶ୍ୱର,୨୪/୦୧: ଟ୍ୱିନ୍ ସିଟିରେ ଦିଶୁନି ମୁହଁକୁ ମୁହଁ । ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଶୁକ୍ରବାର ଭୋରରୁ ଟ୍ୱିନ ସିଟି ସହ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି।

 

ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ସେହିପରି ପୁରୀରେ ମଧ୍ୟ ଘନ କହୁଡ଼ି ଦୃଶ୍ୟମାନ ହୋଇଛି। କହୁଡ଼ି ଯୋଗୁ ଗାଡ଼ିଚଳାଚଳରେ ଅସୁବିଧା ସୃଷ୍ଟି ହୋଇଛି।  ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ଶୀତର ଲହରୀ ଜାରି ରହିଥିଲା। 

also read...

ଆହୁରି କମିବ ଶୀତ, ୩ ଦିନ ବଢିବ ରାତି ତାପମାତ୍ରା, ବିଭିନ୍ନ ସ୍ଥାନରେ ତତାଇବ ପାରଦ

ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଥିଲା। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଥିଲା। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଥିଲା ଜାଡ଼। ଦେହ ଥରାଇ ଦେଉଥିଲା କୋହଲା ପବନ। ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଥିଲା।