ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା। ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ ଭୁଲ ହୋଇଯାଇଥାଏ। ଏପରି ନ ହେବା ଲାଗି ଚାଣକ୍ୟ ନୀତିର ପଞ୍ଚମ ଅଧ୍ୟାୟର ଦ୍ୱିତୀୟ ଶ୍ଳୋକରେ କହିଛନ୍ତି: ଘୋରିବା, କାଟିବା , ନିଆଁରେ ତତାଇବା ଏବଂ ପିଟିବା। ଏହି ଚାରି […] The post ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା appeared first on Dharitri Odia News.

ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହୋଇଥିଲେ ହେଁ ଯିଏ ତାହା କରିପାରନ୍ତି ତାଙ୍କର ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା।

ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ ଭୁଲ ହୋଇଯାଇଥାଏ। ଏପରି ନ ହେବା ଲାଗି ଚାଣକ୍ୟ ନୀତିର ପଞ୍ଚମ ଅଧ୍ୟାୟର ଦ୍ୱିତୀୟ ଶ୍ଳୋକରେ କହିଛନ୍ତି:

ଘୋରିବା, କାଟିବା , ନିଆଁରେ ତତାଇବା ଏବଂ ପିଟିବା। ଏହି ଚାରି ଜିନିଷ ବ୍ୟବହାର କରି ସୁନାର ଶୁଦ୍ଧତା ପରୀକ୍ଷା କରାଯାଇଥାଏ। ଠିକ ସେଭଳି ବ୍ୟକ୍ତିର ପରିଚୟ ତାର ଆଚରଣ, ଗୁଣ, ତ୍ୟାଗ ଏବଂ କର୍ମ ଭାବନା ଆଦିକୁ ନେଇ ହୋଇଥାଏ।

-ଚାଣକ୍ୟ କୁହନ୍ତି ଭଲ ଏବଂ ସଚ୍ଚୋଟ ବ୍ୟକ୍ତିମାନଙ୍କ ମନରେ ତ୍ୟାଗର ଭାବନା ଥାଏ। ଯିଏ ଅନ୍ୟର ସୁଖ ପାଇଁ କିଛି କରିପାରେନାହିଁ, ସେ ଭଲ ମଣିଷ ନୁହେଁ। ଅନ୍ୟର ଖୁସି ପାଇଁ ନିଜର ଖୁସିକୁ ତ୍ୟାଗ କରୁଥିବା ବ୍ୟକ୍ତିକୁ ଭଲ ମଣିଷ ଭାବେ ଗଣାଯାଏ।

-ଚାଣକ୍ୟ କୁହନ୍ତି ବ୍ୟକ୍ତିକୁ ପରଖିବାର ପ୍ରମୁଖ ଗୁଣ ହେଉଛି ଚରିତ୍ର। ଯେଉଁମାନେ କୁକର୍ମ କରନ୍ତି ନାହିଁ ଏବଂ ଅନ୍ୟମାନଙ୍କ ପାଇଁ ନିଜ ମନରେ ଭୁଲ ଭାବନା ରଖନ୍ତି ନାହିଁ ସେମାନେ ହିଁ ଶ୍ରେଷ୍ଠ।

-ଚାଣକ୍ୟ କୁହନ୍ତି, ଯଦି କୌଣସି ବ୍ୟକ୍ତିର ସ୍ବଭାବ କିଭଳି ଜାଣିବାକୁ ଚାହାନ୍ତି ତେବେ ତା ମଧ୍ୟରେ କି-କି ଗୁଣ ରହିଛି ତାହା ଦେଖିବା ଉଚିତ। ଯଦି ବ୍ୟକ୍ତି ବେଶି ରାଗୁଥାଏ, କଥା କଥାରେ ମିଛ କହୁଥାଏ, ଅହଙ୍କାର ଭର୍ତ୍ତି ଥାଏ ଏବଂ ଅନ୍ୟର ଅପମାନ କରେ, ତେବେ ଏଭଳି ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।

-ଚାଣକ୍ୟ କୁହନ୍ତି, ବ୍ୟକ୍ତି କେଉଁ ପରିବାରରେ ଜନ୍ମ ନେଇଛି, ବ୍ୟକ୍ତିର କର୍ମ କିଭଳି ତାହା ଜାଣିବା ଉଚିତ। କାରଣ ଏହି ଜିନିଷ ଆଧାରରେ ଜଣେ ବ୍ୟକ୍ତିଙ୍କୁ ପରଖା ଯାଇ ପାରିବ।

The post ମଣିଷ ଚିହ୍ନିବାରେ ଭୁଲ କରିଦେଇଥିବାରୁ କରୁଛନ୍ତି କି ପଶ୍ଚାତାପ? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା appeared first on Dharitri Odia News.