ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଜିଲାପାଳ ବିଦ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଯୋଗାଣ ବିଭାଗ ଓ ସମବାୟ […] The post ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍ appeared first on Dharitri Odia News.
ଛତ୍ରପୁର,୨୩।୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ମଣ୍ଡିରୁ ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରାଯାଇଥିବାରୁ ଜିଲା ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଛତ୍ରପୁର ବ୍ଲକର ୪, ଗଞ୍ଜାମ ବ୍ଳକର ୪ ଓ ପୁରୁଷୋତ୍ତମପୁର ବ୍ଲକର ୩ ଜଣ ମିଲରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି।
ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ଜିଲାପାଳ ବିଦ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଜିଲାର ସମସ୍ତ ଉପଜିଲାପାଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଯୋଗାଣ ବିଭାଗ ଓ ସମବାୟ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ହୋଇଥିଲା। ବୈଠକରେ ଚଳିତ ଖରିଫ ବର୍ଷ ୨୦୨୪-୨୫ ଧାନ କ୍ରୟ ସମ୍ବନ୍ଧୀୟ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା। ତେବେ ୧୧ଜଣ ମିଲର ଧାନ ଉଠାଇବାରେ ବିଳମ୍ବ ଓ ଅବହେଳା କରୁଥିବା ସମ୍ପର୍କିତ ତଥ୍ୟ ଜିଲା ପ୍ରଶାସନର ଦୃଷ୍ଟିକୁ ଆସିଥିଲା। ତେଣୁ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ମିଲରମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏପରିକି ତୁରନ୍ତ ମଣ୍ଡିରୁ ଧାନ ଉଠାଇବାକୁ ତାଗିଦ କରାଯାଇଛି। ଏଥିରେ ଖିଲାପ କଲେ ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ମିଲରଙ୍କୁ ଜଣାଇ ଦିଆଯାଇଛି।
The post ମଣ୍ଡିରୁ ଧାନ ଉଠାଇବାରେ ଅବହେଳା: ୧୧ ମିଲରଙ୍କୁ ତାଗିଦ୍ appeared first on Dharitri Odia News.