ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୨୨।୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ୨ ଅଧିକାରୀଙ୍କ ବଦଳି ଅପମିଶ୍ରିତ ମଦ ପିଇ ଗଞ୍ଜାମ […] The post ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର appeared first on Dharitri Odia News.

ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର

ଭୁବନେଶ୍ୱର,୨୨।୮: ଚିକିଟି ମଦ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ଆକ୍ସନ ମୋଡରେ ଅଛନ୍ତି। ଗତକାଲି ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ପ୍ରଦୀପ ପାଣିଗ୍ରାହୀ ନିଲମ୍ବନ ହୋଇଥିବା ବେଳେ ବେଳେ ଗୁରୁବାର ୨ ଅଧିକାରୀଙ୍କୁ ବଦଳି କରାଯାଇଛି। ବ୍ରହ୍ମପୁର ଅବକାରୀ ଇନ୍ସପେକ୍ଟର ଓ ଏସଆଇଙ୍କ ବଦଳି ହୋଇଛି। ଅବକାରୀ ଇନ୍ସପେକ୍ଟର ରମେଶ ଚନ୍ଦ୍ର ମହାନ୍ତି କୋରାପୁଟକୁ ବଦଳି ହୋଇଥିବା ବେଳେ ଏସଆଇ ପ୍ରସନ୍ନ କୁମାର ଜାଲିଙ୍କୁ ଢେଙ୍କାନାଳକୁ ବଦଳି କରାଯାଇଛି। ୨ ଅଧିକାରୀଙ୍କ ବଦଳି

ଅପମିଶ୍ରିତ ମଦ ପିଇ ଗଞ୍ଜାମ ଜିଲା ଅନ୍ତର୍ଗତ ଚିକିଟିଠାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ଅନେକ ଲୋକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ଘଟଣାକୁ ନେଇ ବିଜେଡି ବିଧାନସଭାରେ ପ୍ରଶ୍ନ ଉଠାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ମଦ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଗଠନ କରିଛନ୍ତି। ଏହି ଟିମ୍ରେ ପୂଜାରୀଙ୍କ ସହ ପୂର୍ବତନ ମନ୍ତ୍ରୀ ଉଷା ଦେବୀ, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ଏବଂ ବିକ୍ରମ କୁମାର ପଣ୍ଡା ରହିଛନ୍ତି। ଏହି ଟିମ ଗୁରୁବାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଭାପତିଙ୍କୁ ମଦ ମୃତ୍ୟୁ ଘଟଣାର ବିସ୍ତୃତ ବିବରଣୀ ପ୍ରଦାନ କରିବେ ା

The post ମଦ ମୃତ୍ୟୁ ଘଟଣାରେ ୨ ଅଧିକାରୀଙ୍କୁ ବଦଳି କଲେ ସରକାର appeared first on Dharitri Odia News.