ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର, ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟା

ଭୁବନେଶ୍ୱର: ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହୋଇଛନ୍ତି। ସେହିପରି ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ପ୍ରକାଶ ମିଶ୍ର ଜଣେ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ। ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ ଶ୍ରୀ ମିଶ୍ର। CRPF, NDRF ଡିଜି ଥିଲେ ପ୍ରକାଶ ମିଶ୍ର। ଏଥର ନିର୍ବାଚନ ମୈଦାନରେ ଥିଲେ ପ୍ରକାଶ ମିଶ୍ର। କଟକ ଲୋକସଭା ଆସନରୁ ସେ ଲଢିଥିଲେ।ସେହିପରି ୧୯୯୧ ବ୍ୟାଚ୍‌ର ଆଇଏଏସ୍‌ ହେଉଛନ୍ତି ମଧୂସୁଦନ ପାଢ଼ୀ। ସେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ। ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତି ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। 

ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର, ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟା

ଭୁବନେଶ୍ୱର: ଅବସରପ୍ରାପ୍ତ ଆଇଏଏସ୍‌ ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର ହୋଇଛନ୍ତି। ସେହିପରି ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ରଙ୍କୁ କ୍ୟାବିନେଟ୍‌ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ପ୍ରକାଶ ମିଶ୍ର ଜଣେ ଅବସରପ୍ରାପ୍ତ ଆଇପିଏସ ଅଧିକାରୀ। ନିଜର ନିର୍ମଳ ଭାବମୂର୍ତ୍ତି ଓ ସ୍ପଷ୍ଟବାଦୀ ଆଭିମୁଖ୍ୟ ପାଇଁ ପରିଚିତ ଶ୍ରୀ ମିଶ୍ର। CRPF, NDRF ଡିଜି ଥିଲେ ପ୍ରକାଶ ମିଶ୍ର। ଏଥର ନିର୍ବାଚନ ମୈଦାନରେ ଥିଲେ ପ୍ରକାଶ ମିଶ୍ର। କଟକ ଲୋକସଭା ଆସନରୁ ସେ ଲଢିଥିଲେ।

ସେହିପରି ୧୯୯୧ ବ୍ୟାଚ୍‌ର ଆଇଏଏସ୍‌ ହେଉଛନ୍ତି ମଧୂସୁଦନ ପାଢ଼ୀ। ସେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଥିଲେ। ରାଜ୍ୟ ନିର୍ବାଚନ କମିଶନର ନିଯୁକ୍ତି ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।