ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର
ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ […] The post ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର appeared first on Dharitri Odia News.
ଭୁବନେଶ଼୍ବର, ୨୮।୦୬: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଇଛନ୍ତି ରାଜ୍ୟ ସରକାର । ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।
ସୂଚନା ଥାଉକି, ରାଜ୍ୟର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଆସନ୍ତା ଜୁନ୍ ୩୦ରେ ଶେଷ ହେବାକୁ ଯାଉଛି। ଆଗକୁ ତାଙ୍କ କାର୍ଯ୍ୟକାଳ ବଢାଯିବ ନା ତାଙ୍କ ସ୍ଥାନରେ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ କରାଯିବ ତାକୁ ନେଇ ଚର୍ଚ୍ଚା ଜୋର ଧରି ଥିଲା। ଏସବୁ ଭିତରେ ବରିଷ୍ଠ ଆଇଏଏସ ଅଧିକାରୀ ମନୋଜ ଆହୁଜାଙ୍କୁ ହଠାତ୍ କେନ୍ଦ୍ରରୁ ଓଡ଼ିଶାକୁ ଫେରାଇ ଅଣାଯାଇଥିଲା। ମନୋଜ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟର ସଚିବ ଥିଲେ। ମନୋଜ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହେଉଥିଲା।
ମନୋଜଙ୍କ ସହ ମୁଖ୍ୟ ଶାସନ ସଚିବ ରେସ୍ରେ ଅନେକ ଆଇଏଏସ୍ ରହିଥିଲେ। ବରିଷ୍ଠ ଦୃଷ୍ଟିରୁ ୧୯୯୧ ବ୍ୟାଚ୍ର ଆଇଏଏସ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଗରେ ରହିଥିଲେ। ୧୯୯୩ ବ୍ୟାଚର ଆଇଏଏସ ଅଧିକାରୀ ତଥା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାଁକୁ ନେଇ ବି ଚର୍ଚ୍ଚା ଲାଗି ରହିଥିଲା। ତେବେ ମୁଖ୍ୟ ଶାସନ ସଚିବ କିଏ ହେବେ, ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ସରକାର ଏଥିରେ ପୂର୍ଣ୍ଣଚ୍ଛେଦ ପାକାଇଛନ୍ତି । ମନୋଜ ଆହୁଜା ନୂଆ ଶାସନ ସଚିବ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
The post ମନୋଜ ଆହୁଜାଙ୍କୁ ବଡ଼ ଦାୟିତ଼୍ବ ଦେଲେ ଭାଜପା ସରକାର appeared first on Dharitri Odia News.