ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ ମା’ ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ଆସିଥିଲେ। ପୁଅଙ୍କ ଏହି ବିରାଟ ଶୋଭାଯାତ୍ରାରେ ସୁର ସାମିଲ ହୋଇ ନ ଥିଲେ। ହେଲେ ସେ […] The post ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ appeared first on Dharitri Odia News.

ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ

ଭୁବନେଶ୍ୱର,୨୭।୩: ବିଜେଡିରେ ସାମିଲ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ବୁଧବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ମନ୍ମଥ ଭୁବନେଶ୍ୱର ମାଉସୀ ମା’ ମନ୍ଦିର ଛକରୁ ନିଜ କର୍ମୀମାନଙ୍କୁ ନେଇ ଏକ ବିରାଟ ଶୋଭାଯାତ୍ରା କରି ଶଙ୍ଖ ଭବନ ଅଭିମୁଖେ ଆସିଥିଲେ। ପୁଅଙ୍କ ଏହି ବିରାଟ ଶୋଭାଯାତ୍ରାରେ ସୁର ସାମିଲ ହୋଇ ନ ଥିଲେ। ହେଲେ ସେ ନିଜ ପୁଅ ମନ୍ମଥଙ୍କୁ ଜିତାଇବାକୁ ନିଜର କର୍ମୀମାନଙ୍କୁ ଆହ୍ବାନ କରିଛନ୍ତି। ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ ପୁଅ। ତାକୁ ଆମେ ଜିତାଇବା ବୋଲି ସେ କହିଛନ୍ତି।

ଅପରପକ୍ଷେ ବିଜେଡିରେ ଯୋଗ ଦେବା ନେଇ ମନ୍ମଥ କହିଛନ୍ତି, ମୋ ବାପା ସୁର ରାଉତରାୟ ଓ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପ୍ରେରଣାରେ ଆଗକୁ ବଢ଼ିବି। ବିଜେଡିରେ ମିଶିବା ମୋର ଏକା ନିଷ୍ପତ୍ତି ନୁହେଁ। ଏହା ମୋ’ ପରିବାରର ନିଷ୍ପତ୍ତି ବୋଲି ମନ୍ମଥ କହିଛନ୍ତି।

କହିରଖୁଛୁ, ମନ୍ମଥ ଦୀର୍ଘ ଦିନ ଧରି ଏୟାର ଇଣ୍ଡିଆ କ୍ୟାପଟେନ ରହିଥିଲେ । କିଛି ଦିନ ତଳେ ସେ କ୍ୟାପଟେନ ଚାକିରିରୁ ଅବସର ନେଇ ରାଜନୀତିରେ ପ୍ରବେଶ କରିଥିଲେ । ସୁର ଏଥର ନିର୍ବାଚନ ଲଢିବେ ନାହିଁ ବୋଲି ସ୍ପଷ୍ଟ କରିଥିଲେ। ଏଣୁ ମନ୍ମଥ ତାଙ୍କର ଉତ୍ତରାଧିକାରୀ ଭାବେ କଂଗ୍ରେସ ଟିକେଟରେ ବାପାଙ୍କ ସ୍ଥାନ ଜଟଣୀରୁ ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କଂଗ୍ରେସରୁ ନିର୍ବାଚନ ଲଢିବେ ନାହିଁ ବୋଲି ସଫା ସଫା କହିଥିଲେ ମନ୍ମଥ । ପରେ ଦଳୀୟ ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ତାଙ୍କୁ କଂଗ୍ରେସରୁ ନିଲମ୍ବନ ମଧ୍ୟ କରାଯାଇଥିଲା। ସେବେଠାରୁ ମନ୍ମଥ କେଉଁ ଦଳକୁ ଯିବେ, ତାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା । ଶେଷରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସମସ୍ତ ଚର୍ଚ୍ଚାରେ ଆଜି ପୂର୍ଣ୍ଣଚ୍ଛେଦ ପଡିଛି ।

The post ମନ୍ମଥ ଯେଉଁ ଦଳକୁ ଯାଉନା କାହିଁକି ସେ ମୋ’ ପୁଅ, ଆମେ ତାକୁ ଜିତାଇବା: ସୁର ରାଉତରାୟ appeared first on Dharitri Odia News.