ମମତା ଯୋଜନା ସହାୟତା ରାଶି ହେଲା ୨ ଗୁଣ, ଏବେ ୧୦ ହଜାର ଟଙ୍କା ପାଇବେ  ହିତାଧିକାରୀ

ଭୁବନେଶ୍ଵର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ  ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ […] The post ମମତା ଯୋଜନା ସହାୟତା ରାଶି ହେଲା ୨ ଗୁଣ, ଏବେ ୧୦ ହଜାର ଟଙ୍କା ପାଇବେ  ହିତାଧିକାରୀ appeared first on Odisha.News.

ମମତା ଯୋଜନା ସହାୟତା ରାଶି ହେଲା ୨ ଗୁଣ, ଏବେ ୧୦ ହଜାର ଟଙ୍କା ପାଇବେ  ହିତାଧିକାରୀ

ଭୁବନେଶ୍ଵର: ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ  ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ ମହିଳାମାନଙ୍କୁ ୧୦ ହଜାର ଟଙ୍କା ସହାୟତା ମିଳିବ । ଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେ। ଚଳିତ ଫେବୃଆରୀ ମାସ ୨୦ ରୁ ୨୫ ତାରିଖ ମଧ୍ୟରେ  ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।  ମାତୃ ଓ ଶିଶୁ ମୃତ୍ୟୁହାର ହ୍ରାସ କରିବା ଓ ପୁଷ୍ଟି ହୀନତା ହ୍ରାସ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ୨୦୧୧ ମସିହାରେ ଲୋକପ୍ରିୟ ମମତା ଯୋଜନାର ଶୁଭାରମ୍ଭ କରିଥିଲେ। ମମତା ଯୋଜନା ବେଶ ଲୋକପ୍ରିୟ ଯୋଜନା ଏବଂ ଏହାକୁ ଜାତୀୟ ସ୍ତରରେ ଏକ ମଡେଲ ଭାବରେ ଗ୍ରହଣ କରାଯାଇଛି।

ନୂଆ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ । ପ୍ରଥମ କିସ୍ତିରେ(ଗର୍ଭାବସ୍ଥାର ୬ ମାସ ପରେ ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି। ୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ।  ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ମା’ ମାନେ ଏହି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଥିଲେ ।  ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟିକୁ ଏହା ଆସିବା ପରେ ମମତା ଯୋଜନାର ସହାୟତା ରାଶି ପରିମାଣ କୁ ବୃଦ୍ଧି କରିଛନ୍ତି।

ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି। ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨  ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।  ଏହି ଯୋଜନା ବିଷୟରେ ସୂଚନା ବା ଅଭିଯୋଗ ନିମନ୍ତେ ୧୮୧ ହେଲ୍ପଲାଇନକୁ କଲ୍ କରନ୍ତୁ କିମ୍ବା ନିକଟସ୍ଥ ଅଙ୍ଗନବାଡି କେନ୍ଦ୍ରକୁ ଯୋଗାଯୋଗ କରିବା ପାଇଁ ଅନୁରୋଧ କରାଯାଇଛି।

୧୯ ବର୍ଷରୁ ଉର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ଉପକୃତ ହେଉଛନ୍ତି। ଏଥି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର ୯୦୦ କୋଟି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରାଯାଇଛି।

The post ମମତା ଯୋଜନା ସହାୟତା ରାଶି ହେଲା ୨ ଗୁଣ, ଏବେ ୧୦ ହଜାର ଟଙ୍କା ପାଇବେ  ହିତାଧିକାରୀ appeared first on Odisha.News.