ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି
ନୂଆଦିଲ୍ଲୀ,୧୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଗୁରୁତର ଆହତ ହୋଇଛନ୍ତି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମମତା ବାନାର୍ଜୀଙ୍କ ଫଟୋ ତ୍ରୁଣମୂଳ କଂଗ୍ରେସ (ଟିଏମସି) ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଆଘାତ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି ଯେ ମମତା ଦିଦିଙ୍କ ଶୀଘ୍ର ଆରୋଗ୍ୟ ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ […] The post ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି appeared first on Dharitri Odia News.
ନୂଆଦିଲ୍ଲୀ,୧୪।୩: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଗୁରୁତର ଆହତ ହୋଇଛନ୍ତି। ମମତା ବାନାର୍ଜୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମମତା ବାନାର୍ଜୀଙ୍କ ଫଟୋ ତ୍ରୁଣମୂଳ କଂଗ୍ରେସ (ଟିଏମସି) ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ଶେୟାର କରାଯାଇଛି।
ମମତା ବାନାର୍ଜୀଙ୍କ ମୁଣ୍ଡରେ ଆଘାତ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଛନ୍ତି ଯେ ମମତା ଦିଦିଙ୍କ ଶୀଘ୍ର ଆରୋଗ୍ୟ ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ମୁଣ୍ଡରେ ଆଘାତ ଲାଗିବା ପରେ ଉପରାଷ୍ଟ୍ରପତି ଜଗଦୀପ ଧନଖର ତାଙ୍କୁ ଫୋନ କରି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ।
I pray for a quick recovery and the best health for Mamata Didi. @MamataOfficial
— Narendra Modi (@narendramodi) March 14, 2024
The post ମମତାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି appeared first on Dharitri Odia News.