ମମତାଙ୍କୁ ଫୋନ୍‌ କଲେ ମୋହନ, ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଅନୁରୋଧ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଲାଗି ରହିଥିବା ଆଳୁ ସମସ୍ୟାର ସମାଧାନ କରିବା ସହ ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା […]

ମମତାଙ୍କୁ ଫୋନ୍‌ କଲେ ମୋହନ,  ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ କରିବାକୁ ଅନୁରୋଧ
Chief Minister Mohan Majhi Requests Mamata Banerjee To Normalise Supplies

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ ଆଲେଚନା କରି ଆଳୁ ଯୋଗାଣ ସମସ୍ୟା ଦୂର କରିବାକୁ ଅନୁରୋଧ କରିଛନ୍ତି। ଓଡ଼ିଶାରେ ଲାଗି ରହିଥିବା ଆଳୁ ସମସ୍ୟାର ସମାଧାନ କରିବା ସହ ଆଳୁ ଯୋଗାଣ ସମସ୍ୟା ସ୍ୱଭାବିକ କରିବାକୁ ମମତାଙ୍କୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ମମତା ପ୍ରତିଶ୍ରୁତି ଦେଇଛନ୍ତି।

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହିତ କଥା ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଦିଲ୍ଲୀରେ ମମତା ବାନାର୍ଜୀଙ୍କ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା। ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥିପ୍ରତି ଧ୍ୟାନ ଦେଇ ଆଳୁ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ମମତାଙ୍କୁ ଅନୁରୋଧ କରିଛି।

ସେପଟେ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋନ୍‌ କଲ ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏ ଦିଗରେ ଉପଯୁକ୍ତ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।