ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ ହୋଇଥିବାବେଳେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ସ୍କୁଟି ଟ୍ରକ ପଛ ପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସ୍କୁଟି ଚାଳକ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୂର୍ତ ଘୋଷଣା ଜରିଥିଲେ। ଖବର ପାଇଁ ପୋଲିସ ଘଟଣାସ୍ଥଳରୁ ଦୁର୍ଘଟଣାଗ୍ରସ୍ତ […] The post ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ appeared first on Dharitri Odia News.

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ

ନିଶ୍ଚିନ୍ତକୋଇଲି,୧୦।୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ଗାନ୍ଧୀ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏକ ମଣ୍ଡପ ନିକଟରେ ଟ୍ରକ ଠିଆ ହୋଇଥିବାବେଳେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ସ୍କୁଟି ଟ୍ରକ ପଛ ପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ସ୍କୁଟି ଚାଳକ ଗୁରୁତର ହୋଇ ପଡ଼ିଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୂର୍ତ ଘୋଷଣା ଜରିଥିଲେ।

ଖବର ପାଇଁ ପୋଲିସ ଘଟଣାସ୍ଥଳରୁ ଦୁର୍ଘଟଣାଗ୍ରସ୍ତ ଗାଡି ଜବତ କରିଛି। ମେଡିକାଲରେ ମୃତଦେହ ଜବତ କରିଛି। ଆସନ୍ତାକାଲି ବ୍ୟବଛେଦ ପାଇଁ ପଠାଯିବ ବୋଲି ପୋଲିସ କହିଛି। ପ୍ରାଥମିକ ତଦନ୍ତରୁ ମୃତ ବ୍ୟକ୍ତି ଜଣଙ୍କ କିଶୋରନଗର ଥାନା ଅଧୀନ ସମିତଙ୍ଗା ଗ୍ରାମର ବିଷୁଚରଣ ବାରିକଙ୍କ ପୁଅ ଅନନ୍ତ ବାରିକ (୩୫) ବୋଲି ଜଣାପଡିଛି। ଖବର ଲେଖା ହେବା ବେଳକୁ ମାମଲା ରୁଜୁ ହୋଇ ନ ଥିବା ଜଣାଯାଇଛି।

The post ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ଜଣଙ୍କ ଜୀବନ appeared first on Dharitri Odia News.