ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ଦୁଇ ଜଣଙ୍କ ଜୀବନ
କୁଚିଣ୍ଡା୨୧।୦୭ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍କୁ ଧକ୍କା ଦେଲା ଟ୍ରଲର । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ବି ହୋଇଛି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଲଇଡାଗୁନା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଖବର ଅନୁଯାୟୀ, କୁଚିଣ୍ଡା ଲଇଡାଗୁନା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ଏକ ବାଇକ୍କୁ ଜୋରଦାର ଧକ୍କା ଦେଇଛି ଟ୍ରଲର । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଯାଏଁ ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସେପଟେ ଟ୍ରଲର ଡ୍ରାଇଭରଙ୍କୁ ମଧ୍ୟ ଅଟକ ରଖିଛି କୁଚିଣ୍ଡା ଥାନା ପୋଲିସ ।
କୁଚିଣ୍ଡା୨୧।୦୭ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍କୁ ଧକ୍କା ଦେଲା ଟ୍ରଲର । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ବି ହୋଇଛି । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଲଇଡାଗୁନା ଛକ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।
ଖବର ଅନୁଯାୟୀ, କୁଚିଣ୍ଡା ଲଇଡାଗୁନା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ଏକ ବାଇକ୍କୁ ଜୋରଦାର ଧକ୍କା ଦେଇଛି ଟ୍ରଲର । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଯାଏଁ ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି । ସେପଟେ ଟ୍ରଲର ଡ୍ରାଇଭରଙ୍କୁ ମଧ୍ୟ ଅଟକ ରଖିଛି କୁଚିଣ୍ଡା ଥାନା ପୋଲିସ ।