ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମହିଳା ମୃତ, ଆଉ ଜଣେ ଗୁରୁତର

ମାଲକାନଗିରି ୨୩।୦୬ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମାଲକାନଗିରି ସହରର DNK ଛକରେ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ଡିଏନ୍‌କେ ଛକରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଜଣେ ମହିଳା ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ସାଇକେଲ ଚାଳକ ଗୁରୁତର ହୋଇଛନ୍ତି । ମୃତ ମହିଳା ଜଣକ ମାଲକାନଗିରି ପୌର ପରିଷଦର ଝାଡୁଦାର ବୋଲି ଜଣାପଡିଛି । ଘଟଣାସ୍ଥଳରୁ ଗାଡି ଚାଳକ ଫେରାର ହୋଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତ ଯୁବକଙ୍କୁ ମେଡିକାଲ ପଠାଇଛି।

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମହିଳା ମୃତ, ଆଉ ଜଣେ ଗୁରୁତର

ମାଲକାନଗିରି ୨୩।୦୬ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ମାଲକାନଗିରି ସହରର DNK ଛକରେ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

ଖବର ଅନୁଯାୟୀ, ଡିଏନ୍‌କେ ଛକରେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଜଣେ ମହିଳା ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ସାଇକେଲ ଚାଳକ ଗୁରୁତର ହୋଇଛନ୍ତି । ମୃତ ମହିଳା ଜଣକ ମାଲକାନଗିରି ପୌର ପରିଷଦର ଝାଡୁଦାର ବୋଲି ଜଣାପଡିଛି । ଘଟଣାସ୍ଥଳରୁ ଗାଡି ଚାଳକ ଫେରାର ହୋଇଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତ ଯୁବକଙ୍କୁ ମେଡିକାଲ ପଠାଇଛି।