ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୩ ଜୀବନ
ବରଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ତିନି ଜୀବନ । ସୋହେଲା ରାୟପୁର ରୋଡ ସ୍ଥିତ ଲୁହୁରାଚଟି ପାଖରେ ଘଟିଛି ଏଭଳି ଅଭାବନୀୟ ଘଟଣା। NHAIରେ କାର୍ଯ୍ୟରତ ତିନି କର୍ମଚାରୀଙ୍କୁ ଦଳି ଦେଇଛି ଅଜଣା ଗାଡ଼ି।ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁଃଖଦ ଘଟଣା। NH କଡ଼ରେ ଡ୍ୟୁଟି କରୁଥିବା ସମୟରେ ହଠାତ୍ ତିନି କର୍ମଚାରୀଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିବା ଜଣାପଡିଛି। ଦୁର୍ଘଟଣା ନେଇ […]

ବରଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ତିନି ଜୀବନ । ସୋହେଲା ରାୟପୁର ରୋଡ ସ୍ଥିତ ଲୁହୁରାଚଟି ପାଖରେ ଘଟିଛି ଏଭଳି ଅଭାବନୀୟ ଘଟଣା। NHAIରେ କାର୍ଯ୍ୟରତ ତିନି କର୍ମଚାରୀଙ୍କୁ ଦଳି ଦେଇଛି ଅଜଣା ଗାଡ଼ି।ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁଃଖଦ ଘଟଣା। NH କଡ଼ରେ ଡ୍ୟୁଟି କରୁଥିବା ସମୟରେ ହଠାତ୍ ତିନି କର୍ମଚାରୀଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିବା ଜଣାପଡିଛି।
ଦୁର୍ଘଟଣା ନେଇ ଖବର ପାଇ ସୋହେଲା ଥାନା ପୁଲିସ ଖବର ପାଇ ଘଟଣା ସ୍ଥଳକୁ ପହଞ୍ଚି ତିନି ଜଣଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ଡାକ୍ତର ତିନିଜଣଙ୍କୁ ମୃତ ଘୋଷଣା କରିଛନ୍ତି। ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି। ମୃତ ବ୍ୟକ୍ତିମାନେ ହେଲେ ସୋହେଲା ସହରର ପାର୍ଥ ସାହୁ , ବନ୍ଦଳା ଗାଁର ବିକାଶ ଷଣ୍ଢ ,ଓ ଅନ୍ୟ ଜଣେ କଟକ ଅଞ୍ଚଳର ବୋଲି ଜଣାପଡିଛି । ଏହି ଘଟଣାକୁ ନେଇ ସୋହେଲା ପୁଲିସ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି।