ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: କାଲିଠୁ ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତ

ଭୁବନେଶ୍ୱର:ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାଲିଠୁ ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ବୁଡ଼ ପକାଇବା ପରେ ଅଯୋଧ୍ୟା ଯାଇ ପ୍ରଭୁ ରାମଙ୍କ ଦର୍ଶନ କରିବେ।ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ। ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ । ଜାନୁଆରୀ ୧୩ ତାରିଖ ଠାରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା […]

ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ: କାଲିଠୁ ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତ

ଭୁବନେଶ୍ୱର:ମହାକୁମ୍ଭରେ ବୁଡ଼ ପକାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
କାଲିଠୁ ୩ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ବୁଡ଼ ପକାଇବା ପରେ ଅଯୋଧ୍ୟା ଯାଇ ପ୍ରଭୁ ରାମଙ୍କ ଦର୍ଶନ କରିବେ।ରବିବାର ଠାରୁ ୩ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ରହିବେ। ଏହି ଗସ୍ତ କାଳରେ ସେ ସଂଗମରେ ବୁଡ଼ ପକାଇବେ।

ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଆୟୋଜିତ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭ-୨୦୨୫ । ଜାନୁଆରୀ ୧୩ ତାରିଖ ଠାରୁ ତ୍ରିବେଣୀ ସଂଗମରେ ଆରମ୍ଭ ହୋଇଥିବା ଏହି ଧାର୍ମିକ ମେଳା ଶେଷ ପର୍ଯ୍ୟାୟରେ ଅବତୀର୍ଣ୍ଣ ହୋଇଛି। ଏଯାଏଁ ୫୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇସାରିଛନ୍ତି। ମହାଶିବରାତ୍ରୀ ଦିନ ଶେଷ ଅମୃତ ସ୍ନାନ ହେବ।