ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ

ଭୁବନେଶ୍ୱର,୫।୮: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା […] The post ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ appeared first on Dharitri Odia News.

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ

ଭୁବନେଶ୍ୱର,୫।୮: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୋଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

The post ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ଜିଲାସ୍ତରୀୟ ପାଇଁ ଅଧିକ ଅର୍ଥ ବରାଦ appeared first on Dharitri Odia News.