ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି
ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରବଳ ଭିଡ଼ ଜମିଥିଲା। ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସମେତ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଆଜି ମହାତ୍ମାଗାନ୍ଧୀଙ୍କ […] The post ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି appeared first on Dharitri Odia News.
ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): ଜାତିର ପିତା ମହାତ୍ମାଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର ଶାସ୍ତ୍ରୀଙ୍କ ପବିତ୍ର ଜନ୍ମଦିନ ଅବସରରେ ଦାରିଙ୍ଗବାଡ଼ି ଚାରିଛକ ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଚାରିଛକରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରବଳ ଭିଡ଼ ଜମିଥିଲା। ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ ସମେତ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଡିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର ପ୍ରମୁଖ ଆଜି ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ କରି ସ୍ମୃତିଚାରଣ କରିଥିଲେ। ସେହିପରି ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ଗାନ୍ଧିଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ସତ୍ୟ ମାର୍ଗକୁ ଅନୁସରଣ କରିବା, ଦାରିଙ୍ଗବାଡ଼ିକୁ ସ୍ବଚ୍ଛତା ରଖିବା ଦିଗରେ ଶପଥ ନେଇଛନ୍ତି। ସେହିପରି କିଛି ବ୍ୟକ୍ତି ଗାନ୍ଧିଜୀଙ୍କ ବେଶରେ ଦାରିଙ୍ଗବାଡ଼ି ଚାରିଛକରେ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି।
The post ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ପୂର୍ବତନ ଉପବାଚସ୍ପତି appeared first on Dharitri Odia News.