ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଡଙ୍ଗାବୁଡିରେ ୬ ଜଣଙ୍କର ଏଯାଏଁ ପତ୍ତା ମିଳୁ ନ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା […] The post ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍ଧାର ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଡଙ୍ଗାବୁଡିରେ ୬ ଜଣଙ୍କର ଏଯାଏଁ ପତ୍ତା ମିଳୁ ନ ଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା ଘଟିଛି। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଛନ୍ତି। ତେବେ ସେଥିମଧ୍ୟରୁ ୬ଜଣଙ୍କ ପତ୍ତା ମିଳୁନାହିଁ। ଡଙ୍ଗାରେ ଅନେକ ମହିଳା ଓ ଛୋଟଛୁଆ ଥିଲେ।

The post ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.