ମହାପ୍ରଭୁ ନିଜେ ସବୁ କରାନ୍ତି,୮୦% କାମ ସରିଛି – ଆଇନ ମନ୍ତ୍ରୀ

ପୁରୀ : ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ। ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ ହେବ ବୋଲି ଆଇନ ମନ୍ତ୍ରୀ […]

ମହାପ୍ରଭୁ ନିଜେ ସବୁ କରାନ୍ତି,୮୦% କାମ ସରିଛି   – ଆଇନ ମନ୍ତ୍ରୀ
ମହାପ୍ରଭୁ ନିଜେ ସବୁ କରାନ୍ତି,୮୦% କାମ ସରିଛି - ଆଇନ ମନ୍ତ୍ରୀ

ପୁରୀ : ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ। ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ରଥଯାତ୍ରାରେ ୩ ଶହ ଡାକ୍ତର ଚିକିତ୍ସା ସେବା ବୁଝିବେ ବୋଲି କହିଛନ୍ତି। ଅସ୍ଥାୟୀ ବର୍ଣ୍ଣ ୟୁନିଟ ବ୍ୟବସ୍ଥା କରାଯାଇଛି। ୧୫ଟି ଆଇସିୟୁ ବେଡ୍‌ର ବ୍ୟବସ୍ଥା କରାଯାଇଛି। କୋଭିଡ୍‌ ପାଇଁ କେହି ବ୍ୟସ୍ତ ହେବାର କିଛି କାରଣ ନାହିଁ ବୋଲି କହିବା ସହ କୋଭିଡ୍‌ ଆଡଭାଇଜରୀ ମାନିବାକୁ ପରାମର୍ଶ ଦେଇଛନ୍ତି। ଏକରିକି ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ, ମାସ୍କ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ସୂଚନାନୁସାରେ, ଆଉ ଦିନକ ପରେ ପଡୁଛି ସ୍ନାନପୂର୍ଣ୍ଣିମା । ପୁରୀ ସହରକୁ ଜଗିବା ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ ବ୍ୟବସ୍ଥା କରାଯାଇଛି । ୪ ଏସ୍‌ପି ର଼୍ୟାଙ୍କର କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ଉପସ୍ଥିତ ରହିବେ। ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ପ୍ରଶାସନ ପକ୍ଷରୁ ଫୋକସ କରାଯାଇଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି ।