ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମନ୍ବୟ ବୈଠକ। ସର୍କିଟ ହାଉସରେ ଅନୁଷ୍ଠିତ ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ଅଧିକାରୀମାନେ ସାମିଲ ଥିଲେ। ଚଳିତ ବର୍ଷର ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ବୈଠକ ପ୍ରାରମ୍ଭରେ ଜାଗର ନୀତି ନିର୍ଘଣ୍ଟ ସଂପର୍କରେ ଆଲୋଚନା କରାଯାଇଥିଲା । ଭୋର ୩ ଘଟିକା ସମୟରେ ମନ୍ଦିର […] The post ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି ବୈଠକ appeared first on KNews Odisha.

ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
lingaraj temple

ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମନ୍ବୟ ବୈଠକ। ସର୍କିଟ ହାଉସରେ ଅନୁଷ୍ଠିତ ବୈଠକରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ଏବଂ ପ୍ରଶାସନିକ ଅଧିକାରୀମାନେ ସାମିଲ ଥିଲେ। ଚଳିତ ବର୍ଷର ଜାଗର ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବା ପାଇଁ ଜିଲ୍ଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ବୈଠକ ପ୍ରାରମ୍ଭରେ ଜାଗର ନୀତି ନିର୍ଘଣ୍ଟ ସଂପର୍କରେ ଆଲୋଚନା କରାଯାଇଥିଲା । ଭୋର ୩ ଘଟିକା ସମୟରେ ମନ୍ଦିର ଖୋଲାଯାଇ ରାତ୍ର ୧୦ ଘଟିକା ସମୟରେ ମହାଦୀପ ଉଠିବା ନେଇ ପୂର୍ବରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି ।

ଏଥିରେ ଲିଙ୍ଗରାଜଙ୍କ ସମସ୍ତ ପାଳିଆ ଓ ସେବାୟତ ମନ୍ଦିରରେ ଉପସ୍ଥିତ ରହି ସମ୍ପୂର୍ଣ୍ଣ ସହଯୋଗ କରିବାକୁ ବୈଠକରେ ପ୍ରସ୍ତାବ ଗ୍ରହଣ କରାଯାଇଛି। ଏଥି ସହ ବୈଠକରେ ବିଭିନ୍ନ ଆନୁଷଙ୍ଗିକ ଦାୟିତ୍ୱ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଦାନ କରାଯାଇଛି । ମନ୍ଦିରର ଅନ୍ତଃଗୃହ, ବେଢ଼ା ପରିଷ୍କାର ପରିଚ୍ଛନ୍ନତା, ପାଦୁକା ନାଳ ସଫା, ଆଲୋକୀକରଣ, ବ୍ୟାରିକେଡିଂ, ଟ୍ରାଫିକ୍ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳ ଯୋଗାଣ, ସୂଚନା କେନ୍ଦ୍ର, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ଆଶୁ ଆରୋଗ୍ୟ କେନ୍ଦ୍ର, ଆମ୍ବୁଲାନ୍ସ ମୁତୟନ, ଅଗ୍ନି ନିର୍ବାପକ ଆଦି ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇ କାର୍ଯ୍ୟ କରିବାକୁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

The post ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗରଯାତ୍ରା ପାଇଁ ପ୍ରସ୍ତୁତି ବୈଠକ appeared first on KNews Odisha.