ମହାପ୍ରଭୁଙ୍କ କାଳୀୟଦଳନ ବେଶ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ ୨୯।୦୮ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ଜିତ କରାଯାଇଥାଏ। ତେବେ ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ। ଫେଣିଆ ମସ୍ତକ ଶ୍ରୀଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ କରି ରଖାଯାଏ। ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ। ଭକ୍ତମାନେ ଏହି ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି।
ପୁରୀ ୨୯।୦୮ : ଆଜି ଭାଦ୍ରବ କୃଷ୍ଣ ଏକାଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।
ମଧ୍ୟାହ୍ନ ଧୂପ ପରେ ରତ୍ନସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ଜିତ କରାଯାଇଥାଏ। ତେବେ ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପ୍ରଭୁ ବଳଭଦ୍ର କାଷ୍ଠ ନିର୍ମିତ ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ ଲମ୍ୱର ବିରାଟକାୟ ସପ୍ତଫେଣିଆ କାଳୀୟ ସର୍ପକୁ ରତ୍ନସିଂହାସନ ଉପରକୁ ନିଆଯାଇଥାଏ। ଫେଣିଆ ମସ୍ତକ ଶ୍ରୀଜଗନ୍ନାଥଙ୍କ ଶ୍ରୀପୟର ତଳେ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମସ୍ତ ଶରୀରକୁ ଆବୃତ କରି ରଖାଯାଏ। ଦେବୀ ସୁଭଦ୍ରାଙ୍କୁ ସାଧାରଣ ବେଶରେ ଓ ବଳଭଦ୍ରଙ୍କ ଦୁଇ ପାର୍ଶ୍ୱରେ ଗୋଟିଏ ଲେଖାଏଁ କାଷ୍ଠ ନିର୍ମିତ ଗାଇ ବାଛୁରୀ ରଖାଯାଇଥାଏ। ଭକ୍ତମାନେ ଏହି ବେଶ ଦର୍ଶନ କଲେ ଅନନ୍ତ କୋଟି ପୁଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି।