ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ କାଳିଆ ଦର୍ଶନ

ପୁରୀ : ଆଜି ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା […]

ମହାପ୍ରଭୁଙ୍କ ବନକଲାଗି ନୀତି : ଅପରାହ୍ନ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ କାଳିଆ ଦର୍ଶନ
shree jaganNathA banaklagi niti in puri

ପୁରୀ : ଆଜି ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ୟ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।