ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋଆ ମୁଖ୍ୟମନ୍ତ୍ରୀ, କହିଲେ- ଡବଲ୍ ଇଞ୍ଜିନ୍ରେ ବେଶ୍ ପ୍ରଗତି
ପୁରୀ ୧୨।୦୬ : ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋଆ ମୁଖ୍ୟମନ୍ତ୍ରୀ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।ବୁଧବାର ମଧ୍ୟାହ୍ନ ସମୟରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ପୁରୀର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ସେବାୟତ ମାନେ ଖଣ୍ଡୁଆ ପାଟ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ । ପର୍ଯ୍ୟଟନର ବିକାଶ ସହ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ୍ୟ ରଖିଛି ବିଜେପି ସରକାର। ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ଓଡ଼ିଶା ବେଶ୍ ପ୍ରଗତି କରିବ ବୋଲି କହିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ ।
ପୁରୀ ୧୨।୦୬ : ମହାପ୍ରଭୁଙ୍କୁ ଦର୍ଶନ କଲେ ଗୋଆ ମୁଖ୍ୟମନ୍ତ୍ରୀ । ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ବୁଧବାର ମଧ୍ୟାହ୍ନ ସମୟରେ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ପୁରୀର ପୂର୍ବତନ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ଓ ସେବାୟତ ମାନେ ଖଣ୍ଡୁଆ ପାଟ ଦେଇ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ । ପର୍ଯ୍ୟଟନର ବିକାଶ ସହ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ୍ୟ ରଖିଛି ବିଜେପି ସରକାର। ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଗଠନ ହୋଇଥିବାରୁ ଓଡ଼ିଶା ବେଶ୍ ପ୍ରଗତି କରିବ ବୋଲି କହିଛନ୍ତି ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ୱନ୍ତ ।