ମହାପ୍ରଭୁଙ୍କୁ ଦର୍ଶନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପରେ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ପ୍ରଶିକ୍ଷଣ କରି ଅବିଭୁତ ହୋଇଛନ୍ତି। ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଭାବ ବିହ୍ଵଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଅପରାହ୍ନ ୪.୫୦ ମିନିଟରେ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ସିଂହଦ୍ଵାର ପାଖକୁ ଆସିଥିଲେ। ସିଂହଦ୍ଵାରରେ ଉପସ୍ଥିତ ଭକ୍ତଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇବା ପରେ […] The post ମହାପ୍ରଭୁଙ୍କୁ ଦର୍ଶନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.

ମହାପ୍ରଭୁଙ୍କୁ ଦର୍ଶନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପରେ ପୁରୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ଯାତ୍ରୀ ପରିକ୍ରମା ପ୍ରକଳ୍ପରେ ପ୍ରଶିକ୍ଷଣ କରି ଅବିଭୁତ ହୋଇଛନ୍ତି। ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଭାବ ବିହ୍ଵଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଅପରାହ୍ନ ୪.୫୦ ମିନିଟରେ ଶ୍ରୀଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ସିଂହଦ୍ଵାର ପାଖକୁ ଆସିଥିଲେ। ସିଂହଦ୍ଵାରରେ ଉପସ୍ଥିତ ଭକ୍ତଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇବା ପରେ ବାଇଶି ପାହାଚ ଦେଇ ଭିତରକୁ ପ୍ରବେଶ କରିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଶ୍ରୀ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ତାଙ୍କୁ ପାଛୋଟି ନେଇଥିଲେ।

5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସହ ଶ୍ରୀମନ୍ଦିର ଭିତରକୁ ଯାଇ ରତ୍ନସିଂହାସନ ସ୍ଥିତ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରି ଭାବ ବିହ୍ଵଳ ହୋଇପଡ଼ିଥିଲେ। ଶ୍ରୀମନ୍ଦିର ଭିତରେ ୧୦-୧୫ ମିନିଟ ସମୟ ଅତିବାହିତ କରିଥିଲେ। ଭିତରେ ସେବାୟତଙ୍କ ସହ ଆଲୋଚନା କରିଥିଲେ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସଫା ସୁତୁରା ରଖିବା ସହ ଏହାର ରକ୍ଷଣାବେକ୍ଷଣ କରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ ପରେ ବ୍ୟାଟେରୀ ଗାଡ଼ି ଯୋଗେ ସମ୍ପୂର୍ଣ୍ଣ ଭାବେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କରିବା ପରେ ଶ୍ରୀ ମାର୍ଗ ଦେଇ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପିଲଗ୍ରିମ ସେଣ୍ଟରରେ ପହଞ୍ଚି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିଲେ। ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ।

The post ମହାପ୍ରଭୁଙ୍କୁ ଦର୍ଶନ ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଦକ୍ଷଣ କଲେ ମୁଖ୍ୟମନ୍ତ୍ରୀ appeared first on KNews Odisha.