ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ତତ୍କାଳୀନ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଆଧୁନିକ ଓ ଅନ୍ୟତମ ବିନ୍ଧାଣୀ ତଥା ଉତ୍କଳ ସମ୍ମିଳନୀର ଅଧ୍ୟକ୍ଷ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ଏହି ଜନ୍ମ ଜୟନ୍ତୀ ଅବସରରେ ମଙ୍ଗଳବାର ରାଜ ପରିବାର ଓ ଜିଲା ପ୍ରଶାସନ ସମେତ ବାରିପଦା ସହରର ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ଜିଲାପାଳ ହେମକାନ୍ତ […] The post ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର appeared first on Dharitri Odia News.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର

ବାରିପଦା,୧୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ତତ୍କାଳୀନ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୪ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଆଧୁନିକ ଓ ଅନ୍ୟତମ ବିନ୍ଧାଣୀ ତଥା ଉତ୍କଳ ସମ୍ମିଳନୀର ଅଧ୍ୟକ୍ଷ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜ ଦେଓଙ୍କ ଏହି ଜନ୍ମ ଜୟନ୍ତୀ ଅବସରରେ ମଙ୍ଗଳବାର ରାଜ ପରିବାର ଓ ଜିଲା ପ୍ରଶାସନ ସମେତ ବାରିପଦା ସହରର ବିଭିନ୍ନ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଜିଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦାଃ, ଜିଲାପାଳ ହେମକାନ୍ତ ସୟ, ମହାରାଜା ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ମହାରାଣୀ ରଶ୍ମୀ ରାଜ୍ୟଲକ୍ଷ୍ମୀ ଭଞ୍ଜଦେଓ, ଏସପି ବରୁଣ ଗୁଣ୍ଠୁପାଲି, ବାରିପଦା ପୌରାଧ୍ୟକ୍ଷ କୃଷ୍ଣାନନ୍ଦ ମହାନ୍ତି, ଅତିରିକ୍ତ ଜିଲାପାଳ ନେତ୍ରାନନ୍ଦ ମଲ୍ଲିକ, ବିଭୂତୀ ଭୂଷଣ ନାୟକ, ପ୍ରମଖ ଉପସ୍ଥିତ ରହି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବାକୁ କହିଥିଲେ । ଏହି ଅବସରରେ ଜିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ୱ ଅର୍ଜ୍ଜନ କରିଥିବା ଛାତ୍ରୀଛାତ୍ରଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଛି ।

The post ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କୁ ମନେପକାଇଲେ ରାଜ ପରିବାର appeared first on Dharitri Odia News.