ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ଦେବେନ୍ଦ୍ର ଫଡନାଭିସ୍‌

ମୁମ୍ବାଇ,୫।୬: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୪ରୁ ୨୦୧୯ ଯାଏ ଶୀର୍ଷ ପଦବୀରେ ଅବସ୍ଥାପିତ ହୋଇଥିବା ବରିଷ୍ଠ ଭାଜପା ନେତା ସରକାରୀ ଦାୟିତ୍ୱରୁ ମୁକ୍ତ କରିବାକୁ ଶୀର୍ଷ ନେତୃବନ୍ଦଙ୍କୁ ଅନୁରୋଧ କରିଛନ୍ତି। ତାଙ୍କୁ ଦଳ ପାଇଁ ବାହାରୁ କାମ କରିବାକୁ ଦିଆଯାଉ ବୋଲି ସେ କହିଛନ୍ତି। ୨୦୨୪ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭାଜପାର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୯ରେ ତାଙ୍କ ଦଳ ମହାରାଷ୍ଟ୍ରର ୪୮ ଆସନରୁ […] The post ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ଦେବେନ୍ଦ୍ର ଫଡନାଭିସ୍‌ appeared first on Dharitri Odia News.

ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ଦେବେନ୍ଦ୍ର ଫଡନାଭିସ୍‌

ମୁମ୍ବାଇ,୫।୬: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୪ରୁ ୨୦୧୯ ଯାଏ ଶୀର୍ଷ ପଦବୀରେ ଅବସ୍ଥାପିତ ହୋଇଥିବା ବରିଷ୍ଠ ଭାଜପା ନେତା ସରକାରୀ ଦାୟିତ୍ୱରୁ ମୁକ୍ତ କରିବାକୁ ଶୀର୍ଷ ନେତୃବନ୍ଦଙ୍କୁ ଅନୁରୋଧ କରିଛନ୍ତି। ତାଙ୍କୁ ଦଳ ପାଇଁ ବାହାରୁ କାମ କରିବାକୁ ଦିଆଯାଉ ବୋଲି ସେ କହିଛନ୍ତି।

୨୦୨୪ ଲୋକ ସଭା ନିର୍ବାଚନରେ ରାଜ୍ୟରେ ଭାଜପାର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଫଡନାଭିସ୍‌ ଇସ୍ତଫା ଦେବାକୁ ଚାହୁଁଛନ୍ତି। ୨୦୧୯ରେ ତାଙ୍କ ଦଳ ମହାରାଷ୍ଟ୍ରର ୪୮ ଆସନରୁ ୨୩ରେ ଜିତିଥିଲା। ହେଲେ ଚଳିତ ବର୍ଷ ଏହା ୯ରେ ସୀମିତ ରହିଛି।

କହିରଖୁଛୁ, ଭାଜପା ନିର୍ବାଚନରେ ମାତ୍ର ୨୪୦ ଆସନ ଜିତିଥିବା ବେଳେ ବହୁମତ ପାଇଁ ବହୁ ପଛରେ ରହିଯାଇଛି। ଦଳକୁ ସରକାର ଗଠନ ପାଇଁ ଆଉ ୩୨ ଆସନର ଆବଶ୍ୟକତା ଥିବା ବେଳେ ଏନ୍‌ଡିଏ ସହଯୋଗୀ ଦଳଗୁଡ଼ିକ ଉପରେ ଦଳ ନିର୍ଭର କରୁଛି।

The post ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଚାହୁଁଛନ୍ତି ଦେବେନ୍ଦ୍ର ଫଡନାଭିସ୍‌ appeared first on Dharitri Odia News.