ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବିସ
ମମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍ । ମୁମ୍ବାଇର ଆଜାଦ ମୈଦାନରେ ଦେବେନ୍ଦ୍ର ଫଡନାଭିସ ତୃତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତାଙ୍କୁ ଶପଥ ପାଠ କରାଇଥିଲେ। ସେ ମରାଠୀ ଭାଷାରେ ଶପଥ ନେଇଥିଲେ। ଏହାସହ ଶିବସେନା (ସିନ୍ଦେ) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନସିପି (ଅଜିତ) ମୁଖ୍ୟ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । […]

ମମ୍ବାଇ: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନବିସ୍ । ମୁମ୍ବାଇର ଆଜାଦ ମୈଦାନରେ ଦେବେନ୍ଦ୍ର ଫଡନାଭିସ ତୃତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତାଙ୍କୁ ଶପଥ ପାଠ କରାଇଥିଲେ। ସେ ମରାଠୀ ଭାଷାରେ ଶପଥ ନେଇଥିଲେ।
ଏହାସହ ଶିବସେନା (ସିନ୍ଦେ) ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଏନସିପି (ଅଜିତ) ମୁଖ୍ୟ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।
ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଶିଷ୍ଠ ବ୍ୟକ୍ତି ଯୋଗ ଦେଇଥିଲେ ।ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଇ ସିଂ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରମୁଖ ଫଡନବିସଙ୍କ ଶପଥ ଗ୍ରହଣ ଉତ୍ସବରେ ସାମି ହୋଇଥିଲେ ।
ସେହିପରି ଶପଥ ଗ୍ରହଣ ସମାରୋହରେ, କ୍ରିକେଟର ଭଗବାନ ସଚିନ, କିଙ୍ଗ ଖାନ ଶାହରୁଖ, ଭାଇଜାନ ସଲମାନ ଏବଂ ସଞ୍ଜୟ ଦତ୍ତ ଭଳି ସେଲିବ୍ରିଟ ସାମିଲ ହୋଇଥିଲେ । ସେହିଭଳି ଶିଳ୍ପ ଜଗତରୁ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ କୁମାର ମଙ୍ଗଲମ ବିର୍ଲାଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା ।