ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ

ମୁମ୍ବାଇ, ୫।୧୨: ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡ୍‌ନବିସ। ଗୁରୁବାର ମୁମ୍ବାଇର ଆଜାଦ୍‌ ମଇଦାନରେ ରାଜ୍ୟପାଳ ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଦେବେନ୍ଦ୍ର ଫଡନ୍‌ବିସଙ୍କୁ ଶପଥ ପାଠ କରାଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଏକନାଥ ଶିନ୍ଦେ ଏବଂ ଅଜିତ ପାୱାର ମଧ୍ୟ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏନସିପି ମୁଖ୍ୟ ଅଜିତ ପାୱାର ଷଷ୍ଠ ଥର ପାଇଁ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଶପଥ […] The post ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ appeared first on Dharitri Odia News.

ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ

ମୁମ୍ବାଇ, ୫।୧୨: ମହାରାଷ୍ଟ୍ରର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଦେବେନ୍ଦ୍ର ଫଡ୍‌ନବିସ। ଗୁରୁବାର ମୁମ୍ବାଇର ଆଜାଦ୍‌ ମଇଦାନରେ ରାଜ୍ୟପାଳ ମହାରାଷ୍ଟ୍ର ରାଜ୍ୟପାଳ ସି.ପି. ରାଧାକୃଷ୍ଣନ ଦେବେନ୍ଦ୍ର ଫଡନ୍‌ବିସଙ୍କୁ ଶପଥ ପାଠ କରାଇଛନ୍ତି।

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ପରେ ଉପମୁଖ୍ୟମନ୍ତ୍ରୀ ଭାବେ ଏକନାଥ ଶିନ୍ଦେ ଏବଂ ଅଜିତ ପାୱାର ମଧ୍ୟ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏନସିପି ମୁଖ୍ୟ ଅଜିତ ପାୱାର ଷଷ୍ଠ ଥର ପାଇଁ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।

ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କଜ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି।

The post ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡ୍‌ନବିସ appeared first on Dharitri Odia News.