ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍ଭିଏ
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି ସିଟରେ ଆଗୁଆ ଅଛନ୍ତି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦ ତାରିଖରେ ମତଦାନ ହୋଇଥିଲା। ସେଠାରେ ଶାସକ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ଏବଂ ବିରୋଧୀ ମହା ବିକାଶ ଅଘାଡ଼ି […] The post ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍ଭିଏ appeared first on Dharitri Odia News.
ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ ୧୦ଟି ସିଟରେ ଆଗୁଆ ଅଛନ୍ତି।
୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ ୨୦ ତାରିଖରେ ମତଦାନ ହୋଇଥିଲା। ସେଠାରେ ଶାସକ ଭାଜପା ନେତୃତ୍ୱାଧୀନ ମହାୟୁତି ମେଣ୍ଟ ଏବଂ ବିରୋଧୀ ମହା ବିକାଶ ଅଘାଡ଼ି ମଧ୍ୟରେ ଜୋର୍ଦାର ଲଢ଼େଇ ହୋଇଥିଲା। ସେଠାରେ ମତଦାନ ହାର ୬୬.୦୫ ରହିଛି। ଭାଜପା, ଶିବସେନା (ଏକନାଥ ଶିନ୍ଦେ ଗୋଷ୍ଠୀ) ଏବଂ ଅଜିତ ପାଓ୍ବାରଙ୍କ ଏନ୍ସିପିକୁ ନେଇ ଗଠିତ ମହାୟୁତି ମେଣ୍ଟକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିବ ବୋଲି ଅଧିକାଂଶ ଏକ୍ଜିଟ୍ ପୋଲ୍ (ବୁଥ୍ବାହୁଡ଼ା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଅନ୍ୟପକ୍ଷରେ କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନ୍ସିପି(ଏସ୍ପି)କୁ ନେଇ ଗଠିତ ମହାବିକାଶ ଅଘାଡ଼ି କ୍ଷମତାକୁ ଫେରିବା ନେଇ ଆଶାବାଦୀ ରହିଛି।
The post ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍ଭିଏ appeared first on Dharitri Odia News.