ମହିଳା ଆଥଲେଟ୍‌ଙ୍କ ସନ୍ଦେହଜନକ ମୃତ୍ୟୁ, ଘରୁ ମିଳିଲା ଝୁଲନ୍ତା ମୃତଦେହ

ଭୁବନେଶ୍ୱର ୦୯।୦୪: ରାଜଧାନୀରେ ଜଣେ ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମିଳିଛି ତାଙ୍କର ମୃତଦେହ । ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ । ମୃତକ ଜଣଙ୍କ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା ଏବଂ ତାଙ୍କ ବୟସ ୨୧ ବର୍ଷ ବୋଲି ଜଣାପଡିଛିଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ମିଳିଛି । ଏହା ଆତ୍ମହତ୍ୟା ନା ହତ୍ୟା ବରଗଡ଼ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୋଲିସ  । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ । ସରୋଜିନୀ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳିଥିଲେ I ସରୋଜିନୀ କଟକ ରୋଡ୍‌ରେ ଏକ ବାଇକ୍ ସୋ-ରୁମ୍‌ରେ ଚାକିରି କରୁଥିଲେ ।  

ମହିଳା ଆଥଲେଟ୍‌ଙ୍କ ସନ୍ଦେହଜନକ ମୃତ୍ୟୁ, ଘରୁ ମିଳିଲା ଝୁଲନ୍ତା ମୃତଦେହ

ଭୁବନେଶ୍ୱର ୦୯।୦୪: ରାଜଧାନୀରେ ଜଣେ ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ । ଝୁଲନ୍ତା ଅବସ୍ଥାରେ ମିଳିଛି ତାଙ୍କର ମୃତଦେହ । ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ । ମୃତକ ଜଣଙ୍କ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା ଏବଂ ତାଙ୍କ ବୟସ ୨୧ ବର୍ଷ ବୋଲି ଜଣାପଡିଛି

ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ମିଳିଛି । ଏହା ଆତ୍ମହତ୍ୟା ନା ହତ୍ୟା ବରଗଡ଼ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି । ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି ପୋଲିସ  । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ । ସରୋଜିନୀ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳିଥିଲେ I ସରୋଜିନୀ କଟକ ରୋଡ୍‌ରେ ଏକ ବାଇକ୍ ସୋ-ରୁମ୍‌ରେ ଚାକିରି କରୁଥିଲେ ।