ମହିଳାଙ୍କ ପାଇଁ ଆସିଲା ଖୁସି ଖବର, ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ […]

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ଫେବୃଆରୀ ୮ ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପି ପାରେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।
ଚଳିତ ବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ବୋଲି କହିଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ ।