ମହିଳାଙ୍କୁ ପଥରରେ ଛେଚି ହତ୍ୟା ! ପୋଲିସ ଖୋଜୁଛି କାରଣ
ବାରଙ୍ଗ ୧୧।୦୩ : ମହିଳାଙ୍କ ବିଭତ୍ସ ହତ୍ୟା । ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ଗୋଡିସାହି ନିକଟରେ ଘଟିଛି ଏହି ଘଟଣା । ଏବେ ଯାଏଁ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଖବର ଅନୁଯାୟୀ, ଗୋଡିସାହି ନିକଟରେ ଜଣେ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ଏବେ ଯାଏଁ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ହେଲେ ହତ୍ୟା ସଂପର୍କରେ ଖବର ପାଇ ଗୋଡିସାହି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଅନ୍ୟପଟେ ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନେଇପାରେ । ତେବେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।
ବାରଙ୍ଗ ୧୧।୦୩ : ମହିଳାଙ୍କ ବିଭତ୍ସ ହତ୍ୟା । ଭୁବନେଶ୍ୱର ଉପକଣ୍ଠ ବାରଙ୍ଗ ଗୋଡିସାହି ନିକଟରେ ଘଟିଛି ଏହି ଘଟଣା । ଏବେ ଯାଏଁ ହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
ଖବର ଅନୁଯାୟୀ, ଗୋଡିସାହି ନିକଟରେ ଜଣେ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ଏବେ ଯାଏଁ ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ହେଲେ ହତ୍ୟା ସଂପର୍କରେ ଖବର ପାଇ ଗୋଡିସାହି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଅନ୍ୟପଟେ ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନେଇପାରେ । ତେବେ ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି ।