ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ
ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ ଏବଂ ତାରାତାରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଛି । ଚତୁର୍ଥପାଳିରେ ରାତି ସାଢେ ୨ଟାରୁ ମନ୍ଦିରଦାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମଇଲମଲାଗି, ମାଜଣା, ସିଙ୍ଗାର, ଅଭିଶେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହିଷମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୫.୧୫ରେ ସାହାଣ […] The post ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ appeared first on Dharitri Odia News.
ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼ ଚତୁପାର୍ଶ ଏବଂ ତାରାତାରିଣୀ ଅଞ୍ଚଳ ପ୍ରକମ୍ପିତ ହୋଇପଡିଛି ।
ଚତୁର୍ଥପାଳିରେ ରାତି ସାଢେ ୨ଟାରୁ ମନ୍ଦିରଦାର ଫିଟା ଯାଇ ପରମ୍ପରା ଅନୁସାରେ ମଙ୍ଗଳ ଆଳତି, ଅବକାଶ, ମଇଲମଲାଗି, ମାଜଣା, ସିଙ୍ଗାର, ଅଭିଶେକ ଆଦି ନୀତିକାନ୍ତିରେ ପୂଜାର୍ଚ୍ଚନା କରାଯାଇ ମା’ ତାରାତାରିଣୀଙ୍କୁ ମହିଷମର୍ଦ୍ଦିନୀ ବେଶରେ ସଜ୍ଜିତ କରାଯାଇଥିଲା। ଭୋର ୫.୧୫ରେ ସାହାଣ ମେଲା ହୋଇ ମା’ ତାରାତାରିଣୀ ମହିଷମର୍ଦ୍ଦିନୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବାରେ ଲାଗିଛନ୍ତି । ଏହା ସହ ରାତି ସାଢେ ୩ଟାରୁ ମୁଣ୍ଡନ କାର୍ଯ୍ୟ ଆରମ୍ଭ ହୋଇଥିଲା।
ଜନଗହଳିପୂର୍ଣ ମା’ଙ୍କ ଏହି ଯାତ୍ରାରେ ଅବାଧ ଚୋରା ମଦ ବିକ୍ରି କାରବାର ବୃଦ୍ଧି ପାଇଥିଲେ ମଧ୍ୟ ଏଥିପ୍ରତି ଅବକାରୀ ବିଭାଗ ଗୁରୁତ୍ୱ ଦେଉ ନ ଥିବାରୁ ମଦ୍ୟପଙ୍କ ଦୌରାତ୍ମ୍ୟ ଯୋଗୁ ଭକ୍ତମାନେ ହଇରାଣ ହରକତ ହେବା ସହ ବିଭିନ୍ନ ସ୍ଥାନରେ ବିଶୃଙ୍ଖଳା ଘଟିଥିଲା।
ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ହେଉଥିବା ବେଳେ ପ୍ରଶାସନ ପକ୍ଷରୁ ଆବଶ୍ୟକ ଟେଣ୍ଟ ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇ ନ ଥିବାରୁ ଲୋକେ ଡହଳବିକଳ ହୋଇଥିବା ଅଭିଯୋଗ ହୋଇଛି। ପୁରୁଷୋତ୍ତମପୁର ଏସ୍ଡିପିଓ ରଜନୀକାନ୍ତ ସାମଲ, ଦେବୋତ୍ତର ବିଭାଗୀୟ ଛତ୍ରପୁର ସର୍କିଲବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି, ପ୍ରଶାନିକ ଅଧିକାରୀ ଉପସ୍ଥିତ ରହି ଯାତ୍ରା ପରିଚାଳନା କରୁଛନ୍ତି। ସେବାୟତ ସଂଘ ସଭାପତି ତପନ କୁମାର ରଣା, ସେବାୟତ ବାପୁଜୀ ରଣା, ଧ୍ରୁବ ରଣାଙ୍କ ସମେତ ସମସ୍ତ ସେବାୟତ ପୂଜାର୍ଚ୍ଚନା କରୁଛନ୍ତି।
The post ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ appeared first on Dharitri Odia News.