ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ସମ୍ବଲପୁର:ଆଜି ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅଧିନ ରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଅଧ୍ୟୟନରତ ଶିକ୍ଷାର୍ଥୀମାନଙ୍କ ରକ୍ତଶିକୁଳି ଓ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତ କାର୍ଯ୍ଯକ୍ରମକୁ ଉଦ୍‌ଘାଟନ କରିଥିଲେ।ଠେମରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡା. ପ୍ରତାପ କୁମାର ନାଏକ,ଫାର୍ମାସିଷ୍ଟ ଲିଲିମା ପଟେଲ,ସ୍ୱାସ୍ଥ୍ୟ ସହାୟିକା ସବିତା ଓରାମ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ। ବିଦ୍ୟାଳୟର ଜାତୀୟ […] The post ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ appeared first on Odisha.News.

ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ସମ୍ବଲପୁର:ଆଜି ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅଧିନ ରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ଅଧ୍ୟୟନରତ ଶିକ୍ଷାର୍ଥୀମାନଙ୍କ ରକ୍ତଶିକୁଳି ଓ ସାଧାରଣ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତ କାର୍ଯ୍ଯକ୍ରମକୁ ଉଦ୍‌ଘାଟନ କରିଥିଲେ।ଠେମରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡା. ପ୍ରତାପ କୁମାର ନାଏକ,ଫାର୍ମାସିଷ୍ଟ ଲିଲିମା ପଟେଲ,ସ୍ୱାସ୍ଥ୍ୟ ସହାୟିକା ସବିତା ଓରାମ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ। ବିଦ୍ୟାଳୟର ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଅଧ୍ୟାପକ ବନୋଜ କୁମାର ସାହୁ ଏବଂ ରେଡକ୍ରସ ୟୁନିଟର କାର୍ଯ୍ଯକ୍ରମ ଅଧିକାରୀ ଅଧ୍ୟାପିକା ସ୍ମାରକୀ ମାହାରଙ୍କ ସମେତ ଅଧ୍ୟାପିକା ମିନତି ଦାଶ,ଚୈତନ୍ଯ ସେନାପତି ପ୍ରମୁଖ କର୍ମଚାରୀ ଏଥିରେ ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଭାଗ ନେଇ ନିଜର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ।

The post ମା ଝାଡେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଷ୍ଟୀୟ ବାଲ୍‌ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ appeared first on Odisha.News.